Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 15:5 - ପବିତ୍ର ବାଇବଲ

5 ଏହା ପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହେବାବାର ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା,

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଅନନ୍ତର ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବାର ମୁଁ ଦେଖିଲି। ସେଥିରେ ଈଶ୍ୱରଙ୍କ ଉପସ୍ଥିତିସୂଚକ ତମ୍ବୁ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା,

Gade chapit la Kopi




ପ୍ରକାଶିତ 15:5
8 Referans Kwoze  

ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।


ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା’ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ବୋହିବେ ଓ ସେମାନେ ତହିଁର ସେବା କରିବେ ଓ ତମ୍ବୁର ଗ୍ଭରିଆଡ଼େ ଛାଉଣି କରି ରହିବେ।


ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା,


କିନ୍ତୁ ଲେବୀୟମାନେ ନିୟମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବେ ଓ ସେମାନେ ନିୟମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ୱରଙ୍କର କ୍ରୋଧ, ଇସ୍ରାଏଲର ଲୋକମାନଙ୍କ ଉପରେ ବ୍ୟାପିବ ନାହିଁ।”


ମୋଶା ଲେବୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁରେ ବ୍ୟବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାୟିତ୍ୱ ନେଇଥିଲେ ଯାଜକ ହାରୋଣର ପୁତ୍ର ଇଥାମ।


“ତୁମ୍ଭେ ଏହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକ ମଧ୍ୟରେ ଥୋଇବ।


ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତରେ ସ୍ୱର୍ଗରେ ଥିବା କାମଗୁଡ଼ିକର ଛାୟା ଓ ନମୁନା ମାତ୍ର। ସେଥିପାଇଁ ମୋଶା ତମ୍ବୁ ନିର୍ମାଣ କରିବାକୁ ଗଲାବେଳେ ପରମେଶ୍ୱର ତାହାଙ୍କୁ ଚେତାବନୀ ଦେଇ କହିଥିଲେ: “ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦେଖାଇ ଥିଲି, ତଦନୁସାରେ ସମସ୍ତ ନିର୍ମାଣ କର।”


ସେହି ପଶୁ ପରମେଶ୍ୱରଙ୍କ ବିରୁଦ୍ଧରେ ଖରାପ କଥା କହିବା ପାଇଁ ମୁହଁ ଖୋଲିଲା। ସେ ପରମେଶ୍ୱରଙ୍କର ନାମ ବିରୁଦ୍ଧରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧରେ ଓ ଯେଉଁମାନେ ସ୍ୱର୍ଗରେ ରହୁଥିଲେ, ସେମାନଙ୍କ ବିରୁଦ୍ଧରେ ଖରାପ କଥାମାନ କହିଲା।


Swiv nou:

Piblisite


Piblisite