Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:17 - ପବିତ୍ର ବାଇବଲ

17 ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାୟୁରେ ଢାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ୱର ଆସିଲା। ସେହି ସ୍ୱର କହିଲା, “ଏହା ସମାପ୍ତ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ତାହାପରେ ସପ୍ତମ ଦୂତ ତାଙ୍କ ପାତ୍ରର ସାମଗ୍ରୀକୁ ବାୟୁମଣ୍ଡଳରେ ନିକ୍ଷେପ କଲେ। ତହୁଁ ମନ୍ଦିରରେ ଥିବା ସିଂହାସନରୁ ଉଚ୍ଚ ସ୍ୱରରେ ଗୋଟିଏ ବାଣୀ ଶୁଣାଗଲା: “କାର୍ଯ୍ୟ ସମ୍ପାଦିତ ହୋଇଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା।

Gade chapit la Kopi




ପ୍ରକାଶିତ 16:17
13 Referans Kwoze  

ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି।


ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।


ଅତୀତରେ ତୁମ୍ଭେ ସେହି ପାପ କାର୍ଯ୍ୟ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସେହି ମନ୍ଦ ଶକ୍ତି ଏବେ ମଧ୍ୟ ପରମେଶ୍ୱରଙ୍କୁ ଅମାନ୍ୟ କରୁଥିବା ଲୋକଙ୍କ ଭିତରେ କାମ କରୁଛି।


ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ।


ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”


ତା'ପରେ ଆଉ ଜଣେ ସ୍ୱର୍ଗ ଦୂତ ସ୍ୱର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ୟ ଗୋଟିଏ ଧାରୁଆ ଦାଆ ଥିଲା।


ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ୟକ୍ତିଙ୍କୁ ଡାକି କହିଲେ, “ଦାଆ ଲଗାଇ ଶସ୍ୟ ଅମଳ କର, କାରଣ ଶସ୍ୟ ଅମଳର ସମୟ ହୋଇ ଗଲାଣି। ପୃଥିବୀର ଫଳ ପାଚିଗଲାଣି।”


ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।


ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


Swiv nou:

Piblisite


Piblisite