Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:7 - ପବିତ୍ର ବାଇବଲ

7 ମୁଁ ବେଦୀକୁ ଏହା କହିବାର ଶୁଣିଲି, “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।

Gade chapit la Kopi

ଓଡିଆ ବାଇବେଲ

7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”

Gade chapit la Kopi




ପ୍ରକାଶିତ 16:7
11 Referans Kwoze  

ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା'ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।”


ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା।


ସେଠାରେ ଯଜ୍ଞବେଦି ଉପରେ ଜ୍ୱଳନ୍ତ ଅଗ୍ନି ଥିଲା। ସେହି ଦୂତଗଣଙ୍କ ମଧ୍ୟରୁ ଜଣେ ଚିମୁଟା ସାହାଯ୍ୟରେ ଗୋଟିଏ ଜ୍ୱଳନ୍ତ କୋଇଲା ଆଣିଲା ଓ ସେହି ଉତ୍ତପ୍ତ ଅଙ୍ଗାର ଧରି ମୋ’ ନିକଟକୁ ଉଡ଼ି ଏଆସିଲା।


ତା'ପରେ ଆଉ ଜଣେ ସ୍ୱର୍ଗଦୂତ ବେଦୀରୁ ଆସିଲେ। ସେହି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, “ପୃଥିବୀର ଅଙ୍ଗୁର ପେନ୍ଥାଗୁଡ଼ିକ ଦାଆ ବ୍ୟବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।”


ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ।


ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି, ତେବେ ସେ ବନ୍ଦୀ ହେବ। ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି, ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ। ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।


ତା'ପରେ ସେହି କିରୂବଦୂତମାନଙ୍କ ମଧ୍ୟରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧ୍ୟରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।


ଏବଂ ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “କିରୁବଦୂତଗଣର ନିମ୍ନରେ ଥିବା ତୁମ୍ଭେ ସେହି ଘୂର୍ଣ୍ଣୟମାନ ଚକ୍ର ମଧ୍ୟରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ସଂଗ୍ରହ କର ଓ ସେଗୁଡ଼ିକ ଉପରେ ବିଞ୍ଚି ଦିଅ।” ତହିଁରେ ସେହି ବ୍ୟକ୍ତି ଗ୍ଭଲିଗଲା, ଯେହେତୁ ମୁଁ ଦେଖୁଥିଲି।


ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”


Swiv nou:

Piblisite


Piblisite