ପ୍ରକାଶିତ 16:9 - ପବିତ୍ର ବାଇବଲ9 ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସେମାନେ ପରମେଶ୍ୱରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କେବଳ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସେମାନେ ସେମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ୱରଙ୍କ ମହିମା ଗାନ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ଵରଙ୍କର ଏହିସମସ୍ତ କ୍ଳେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ ପରିବର୍ତ୍ତନ କଲେ ନାହିଁ। Gade chapit laଓଡିଆ ବାଇବେଲ9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)9 ଏଥିରେ ସେମାନେ ଉତ୍ତ୍ୟକ୍ତ ହୋଇ ଈଶ୍ୱରଙ୍କୁ ଅଭିଶାପ ଦେଲେ; କିନ୍ତୁ ମନ ପରିବର୍ତ୍ତନ କରି ତାଙ୍କର ମହିମା ସ୍ୱୀକାର କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।
ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।