ପ୍ରକାଶିତ 17:14 - ପବିତ୍ର ବାଇବଲ14 ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ। Gade chapit laଓଡିଆ ବାଇବେଲ14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)14 ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ। Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”