Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:7 - ପବିତ୍ର ବାଇବଲ

7 ତା'ପରେ ସେ ଦୂତ ମୋତେ କହିଲେ, “ତୁମ୍ଭେ କାହିଁକି ଆଶ୍ଚର୍ଯ୍ୟ ହେଉଛ? ମୁଁ ତୁମ୍ଭକୁ ଏହି ସ୍ତ୍ରୀଲୋକର ରହସ୍ୟ କହିବି ଓ ସପ୍ତ ମସ୍ତକ ଓ ଦଶଶିଙ୍ଗ ବିଶିଷ୍ଟ ତା'ର ବାହନ ପଶୁ ବିଷୟରେ ମଧ୍ୟ କହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ଵିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ ତତ୍ତ୍ଵ ବୁଝାଇଦେବି।

Gade chapit la Kopi

ଓଡିଆ ବାଇବେଲ

7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶିଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୁଢ଼ତତ୍ତ୍ୱ ବୁଝାଇଦେବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଦୂତ କହିଲେ: “କାହିଁକି ବିସ୍ମିତ ହେଉଛ? ସେହି ସ୍ତ୍ରୀ ଲୋକ ଏବଂ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ତା’ର ବାହନ ପଶୁର ଗୁପ୍ତ ରହସ୍ୟ ମୁଁ ତୁମକୁ କହୁଛି, ଶୁଣ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ତତ୍ତ୍ୱ ବୁଝାଇଦେବି।

Gade chapit la Kopi




ପ୍ରକାଶିତ 17:7
6 Referans Kwoze  

ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।


ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ,


ମୋର ଡାହାଣ ହାତରେ ଯେଉଁ ସାତୋଟି ନକ୍ଷତ୍ର ଦେଖିଲ, ତାହାର ଓ ସାତୋଟି ସୁନାର ଦୀପରୂଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୂଖା ହେଉଛି ସାତୋଟି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତୋଟି ମଣ୍ଡଳୀର ଦୂତ।”


ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ୟ ଥିଲା।


ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା।


Swiv nou:

Piblisite


Piblisite