Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:14 - ପବିତ୍ର ବାଇବଲ

14 ‘ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଗ୍ଭହୁଁଥିଲ, ସେସବୁ ତୁମ୍ଭଠାରୁ ଗ୍ଭଲିଯାଇଛି। ତୁମ୍ଭର ସବୁ ସୌଖିନ ଓ ମନୋହରୀ ଦ୍ରବ୍ୟମାନ ତୁମ୍ଭଠାରୁ ଉଭେଇ ଯାଇଛି। ତୁମ୍ଭେ ସେସବୁ ଆଉ କେବେ ପାଇବ ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୋହର ପ୍ରାଣର ଅଭିଳଷିତ ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି ସମସ୍ତ ସୁସ୍ଵାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହରବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ବ୍ୟବସାୟୀମାନେ ତାକୁ କହିବେ: “ତୁମର ଅଭିଳଷିତ ସମସ୍ତ ଉତ୍ତମ ଦ୍ରବ୍ୟ ଉଭେଇ ଯାଇଛି ଏବଂ ତୁମର ଧନ ସମ୍ପତ୍ତିର ଚାକଚକ୍ୟ ଆଉ ନାହିଁ। ତୁମେ ସେଗୁଡ଼ିକୁ ଆଉ କେବେ ଫେରି ପାଇବ ନାହିଁ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।

Gade chapit la Kopi




ପ୍ରକାଶିତ 18:14
12 Referans Kwoze  

ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ।


ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ।


“କିନ୍ତୁ ଅବ୍ରହାମ କହିଲେ, ‘ପୁଅ, ତୁ ଯେତେବେଳେ ବଞ୍ଚିଥିଲୁ, ସେତେବେଳେ କଥା ଟିକିଏ ମନେ ପକା। ତୁ ଜୀବନରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମରେ ଅଛି ଓ ତୁ ଯନ୍ତ୍ରଣା ଭୋଗୁଛୁ।


“କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’


ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।


ତା'ପରେ ସେମାନଙ୍କ ମଧ୍ୟରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳ ଇଚ୍ଛା ହେଲା। ଇସ୍ରାଏଲର ଲୋକମାନେ ସେମାନଙ୍କ ସହିତ ଯୋଗ ଦେଲେ ଏବଂ ପାଟି କଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?


ଏହା ପରେ ସେହି ଲୋକମାନେ ପରମେଶ୍ୱରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ସେମାନେ ପରମେଶ୍ୱରଙ୍କୁ ଖାଦ୍ୟ ମାଗିଲେ, ଯାହା ସେମାନେ ଇଚ୍ଛା କରିଥିଲେ।


ତେଣୁ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସେମାନେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସେହି ସ୍ଥାନରେ କବର ଦେଲେ।


ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ।


ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ୟ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମେଷ, ଘୋଡ଼ା, ରଥ, ଏବଂ ମନୁଷ୍ୟମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ୟବସାୟୀମାନେ କାନ୍ଦିବେ ଓ କହିବେ:


“ବ୍ୟବସାୟୀମାନେ ତା'ର ଦୁଃଖ ଯନ୍ତ୍ରଣା ଦେଖି ଭୟ କରିବେ ଓ ତା'ଠାରୁ ବହୁ ଦୂରରେ ଠିଆ ହେବେ। ସେହି ଲୋକମାନେ ତାହାକୁ ସେହି ମୂଲ୍ୟବାନ୍ ଜିନିଷ ବିକ୍ରିକରି ଧନୀ ହୋଇଥିଲେ। ତେଣୁ ସେମାନେ କାନ୍ଦିବେ ଓ ଦୁଃଖ କରିବେ।


Swiv nou:

Piblisite


Piblisite