Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:1 - ପବିତ୍ର ବାଇବଲ

1 ତା'ପରେ ମୁଁ ସ୍ୱର୍ଗରେ ଅନେକ ଲୋକମାନଙ୍କର ସ୍ୱର ଭଳି ଏକ ସ୍ୱର ଶୁଣିଲି। ସେମାନେ କହୁଥିଲେ: “ହାଲ୍ଲିଲୂୟା! ବିଜୟ, ମହିମା ଓ କ୍ଷମତା ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏହାପରେ ମୁଁ ଯାହା ଶୁଣିଲି, ତାହା ସ୍ୱର୍ଗର ଏକ ବିରାଟ ଜନତାର କୋଳାହଳ ପରି ମନେ ହେଉଥିଲା। ସେମାନେ କହୁଥିଲେ, “ଈଶ୍ୱରଙ୍କର ସ୍ତୁତି କର। ଆମ୍ଭମାନଙ୍କ ଈଶ୍ୱର ପରିତ୍ରାଣ, ଗୌରବ ଓ ପରାକ୍ରମର ଅଧିକାରୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,

Gade chapit la Kopi




ପ୍ରକାଶିତ 19:1
23 Referans Kwoze  

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ମହାନତା, ପରାକ୍ରମ, ମହିମା, ବିଜୟ ଓ ଗୌରବ ତୁମ୍ଭର ଅଟେ। କାରଣ ସ୍ୱର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷୟ ତୁମ୍ଭର ଅଟେ; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷୟର ମୁଖ୍ୟ ରୂପେ ପ୍ରଶଂସିତ ହୋଇଅଛ।


ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’


ତା'ପରେ ମୁଁ ଅନେକ ଲୋକମାନଙ୍କର ସ୍ୱର ଶୁଣିଲି। ଏହା ଜଳପ୍ରପାତର ଧ୍ୱନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସେମାନେ କହୁଥିଲେ: “ହାଲ୍ଲିଲୂୟା! ଆମ୍ଭମାନଙ୍କର ପ୍ରଭୁ ପରମେଶ୍ୱର ରାଜତ୍ୱ କରୁଛନ୍ତି। ସେ ସର୍ବଶକ୍ତିମାନ।


ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର! ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!


ପରିତ୍ରାଣ କେବଳ ସଦାପ୍ରଭୁଙ୍କ ନିକଟରୁ ଆସେ। ହେ ସଦାପ୍ରଭୁ, ମୁଁ ବଳିଦାନ ଦେବାକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ୟବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।”


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର! ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।


ସଦାପ୍ରଭୁଙ୍କର ପ୍ରଶଂସା କର! ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।


ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସଦାପ୍ରଭୁଙ୍କର ପ୍ରଶଂସା କର! ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ! ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!


ହେ ସଦାପ୍ରଭୁ, ଶେଷରେ ତୁମ୍ଭର ହିଁ ବିଜୟ ହେବ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର। ସେଲା


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।


ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି: “ପରମେଶ୍ୱର ବଳବାନ୍ ଅଟନ୍ତି।”


ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ। ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ସଦାପ୍ରଭୁଙ୍କର ପ୍ରଶଂସା କର।


ସେ ସମୟରେ ସ୍ୱର୍ଗ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବାବିଲ ବିଷୟରେ ଆନନ୍ଦରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।”


Swiv nou:

Piblisite


Piblisite