ପ୍ରକାଶିତ 19:12 - ପବିତ୍ର ବାଇବଲ12 ତାହାଙ୍କର ଚକ୍ଷୁ ଦୁଇଟି ଜ୍ୱଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନେକ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳରେ ଗୋଟିଏ ନାମ ଲେଖା ଯାଇଥିଲା, କିନ୍ତୁ ତାହାଙ୍କ ବ୍ୟତୀତ ଅନ୍ୟ କେହି ସେ ନାମ ଜାଣି ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ। Gade chapit laଓଡିଆ ବାଇବେଲ12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)12 ତାଙ୍କ ଚକ୍ଷୁ ଅଗ୍ନି ଶିଖାପରି ଓ ତାଙ୍କ ମସ୍ତକରେ ଅନେକ ମୁକୁଟ ଥିଲା। ତାଙ୍କ ଉପରେ ଏକ ନାମ ଲେଖା ଯାଇଥିଲା, କିନ୍ତୁ ତାହା କଅଣ , ତାଙ୍କ ବ୍ୟତୀତ ଆଉ କେହି ଜାଣନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ। Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।