Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:2 - ପବିତ୍ର ବାଇବଲ

2 ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା'ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତାଙ୍କର ବିଚାର ଯଥାର୍ଥ ଓ ନ୍ୟାୟୋଚିତ। ଭ୍ରଷ୍ଟାଚାର ଦ୍ୱାରା ପୃଥିବୀକୁ କଳୁଷିତ କରୁଥିବା ବେଶ୍ୟା ପ୍ରତି ସେ ବିହିତ ଦଣ୍ଡ ବିଧାନ କରିଛନ୍ତି। ଈଶ୍ୱରଙ୍କ ସେବକମାନଙ୍କୁ ହତ୍ୟା କରି ଥିବାରୁ ତାକୁ ସେ ଶାସ୍ତି ଦେଇଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”

Gade chapit la Kopi




ପ୍ରକାଶିତ 19:2
16 Referans Kwoze  

“ହେ ଜାତିଗଣ, ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନେବେ। ସେ ଆପଣା ବିପକ୍ଷଗଣଙ୍କ ବିରୁଦ୍ଧରେ ପ୍ରତିଶୋଧ ନେବେ। ପୁଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନେବେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାୟଶ୍ଚିତ କରିବେ।”


ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?”


ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ, ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ! ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”


ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’


ପୃଥିବୀର ସବୁ ଲୋକମାନେ ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି। ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”


ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।


ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ। ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ। ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ। ସେଗୁଡ଼ିକ ସର୍ବତୋଭାବେ ସତ୍ୟ।


ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ ସମ୍ପାଦନ କରିଅଛ। ତୁମ୍ଭେ ପୁରାତନ କାଳରେ ଯାହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ୟରେ ପରିଣତ ହୋଇଛି। ତୁମ୍ଭେ ଯାହାସବୁ କହିଥିଲ, ତାହା ହିଁ ଘଟିଅଛି।


“ସେତ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ୱସ୍ତ ଓ ନ୍ୟାୟବାନ୍ ପରମେଶ୍ୱର। ସେ ଉତ୍ତମ ଓ ସତ୍ୟ।


ତେଣୁ ତୁମ୍ଭେ ନିଶ୍ଚୟ ଆହାବର ବଂଶକୁ ବିନାଶ କରିବ। ଏହିରୂପେ ଆମ୍ଭେ ଆମ୍ଭର ସେବକ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର ମୃତ୍ୟୁ ଓ ସଦାପ୍ରଭୁଙ୍କ ଦାସ ସମୂହର ମୃତ୍ୟୁ ପାଇଁ ଈଷେବଲ ଉପରେ ପ୍ରତିଶୋଧ ନେବୁ।


“‘ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କର୍ତ୍ତୃତ୍ୱ କାଢ଼ି ନିଆଯିବ ଓ ରାଜ୍ୟ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବ।


Swiv nou:

Piblisite


Piblisite