ପ୍ରକାଶିତ 19:6 - ପବିତ୍ର ବାଇବଲ6 ତା'ପରେ ମୁଁ ଅନେକ ଲୋକମାନଙ୍କର ସ୍ୱର ଶୁଣିଲି। ଏହା ଜଳପ୍ରପାତର ଧ୍ୱନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସେମାନେ କହୁଥିଲେ: “ହାଲ୍ଲିଲୂୟା! ଆମ୍ଭମାନଙ୍କର ପ୍ରଭୁ ପରମେଶ୍ୱର ରାଜତ୍ୱ କରୁଛନ୍ତି। ସେ ସର୍ବଶକ୍ତିମାନ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି। Gade chapit laଓଡିଆ ବାଇବେଲ6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)6 ସେହି ସମୟରେ ମୁଁ ଶୁଣିଲି, ସମୁଦ୍ର ଗର୍ଜନ ଓ ବଜ୍ରନାଦ ସହିତ ଜନତାର କଳଧ୍ୱନି ଭାସି ଆସୁଛି। ଜନତା ଆହୁରି ସ୍ତୁତି କରି କହୁଛନ୍ତି: “ଈଶ୍ୱରଙ୍କର ପ୍ରଶଂସା କର, କାରଣ ଆମ୍ଭର ପ୍ରଭୁ ମହାପରାକ୍ରାନ୍ତ ଈଶ୍ୱର, ସେହି କେବଳ ଆମର ରାଜା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି। Gade chapit la |
ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।