Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:27 - ପବିତ୍ର ବାଇବଲ

27 “ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ସେମାନଙ୍କୁ ଲୌହଦଣ୍ତ ଦ୍ଵାରା ଶାସନ କରିବ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ତ ଖଣ୍ତ ହେବେ,

Gade chapit la Kopi

ଓଡିଆ ବାଇବେଲ

27 ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପୃଥିବୀର ବିଭିନ୍ନ ଜାତିକୁ ଲୌହ ଦଣ୍ଡରେ ଶାସନ କରିବାକୁ ଏବଂ ମାଟି ପାତ୍ର ପରି ଖଣ୍ଡ ବିଖଣ୍ଡ କରିବାକୁ ମୁଁ ସେମାନଙ୍କୁ କ୍ଷମତା ଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,

Gade chapit la Kopi




ପ୍ରକାଶିତ 2:27
12 Referans Kwoze  

ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।


ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀ‌କ୍ଷ୍‌ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ।


ତୁମ୍ଭେମାନେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଯିବ। ତାହା ଏପରି ଅଦରକାରୀ ହେବ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥିରେ ଚୁଲ୍ଲୀରୁ ନିଆଁ ଆଣି ହେବ ନାହିଁ କି କୁଣ୍ଡରୁ ପାଣି ନେଇ ହେବ ନାହିଁ।”


“ମୋର ପରମପିତା ମୋତେ ସବୁକିଛ ଦେଇଛନ୍ତି। ପରମପିତାଙ୍କ ଛଡ଼ା ପୁତ୍ରଙ୍କୁ ଅନ୍ୟକେହି ଜାଣି ନାହାନ୍ତି। ପୁତ୍ରଙ୍କ ଛଡ଼ା କେହି ପରମପିତାଙ୍କୁ ପ୍ରକୃତରେ ଜାଣି ନାହାନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନୋନୀତ କରିବେ, ସେହିମାନେ କେବଳ ପରମପିତାଙ୍କ ନିକଟରେ ପ୍ରକାଶିତ ହେବେ।


“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।


ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।


ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫ‌ତ୍‌ରେ କବର ନେବେ।’


ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି। ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ। ତା'ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ। ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ, ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।


ତା'ପରେ ସେହି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷରେ ଓ ଶିଙ୍ଗ ବିପକ୍ଷରେ ନ୍ୟାୟ ହେଲା। ଆଉ ପରମେଶ୍ୱର ସେହି ପବିତ୍ର ଲୋକମାନଙ୍କର ରାଜତ୍ୱ କରିବାର ସମୟ ଉପସ୍ଥିତ ହେଲା।


ମାତ୍ର ପରମେଶ୍ୱରଙ୍କ ପବିତ୍ର ଲୋକମାନେ ରାଜ୍ୟ ପ୍ରାପ୍ତ ହେବେ ଓ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’


Swiv nou:

Piblisite


Piblisite