Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:1 - ପବିତ୍ର ବାଇବଲ

1 ତା'ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସୁଥିବା ଦେଖିଲି। ତାଙ୍କ ହାତରେ ପାତାଳପୁରୀର ଚାବି ଓ ଏକ ଓଜନିଆ ଜଞ୍ଜିର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା।

Gade chapit la Kopi




ପ୍ରକାଶିତ 20:1
8 Referans Kwoze  

ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ।


ତୁମ୍ଭେ ସେହି ସ୍ୱର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସେମାନେ ତାହାକୁ ରଖିପାରିଲେ ନାହିଁ। ସେମାନେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସେମାନଙ୍କୁ ଅନ୍ଧକାରରେ ରଖିଛନ୍ତି। ସେମାନେ ଅନନ୍ତକାଳୀନ ବନ୍ଧନରେ ବନ୍ଧା ହୋଇଛନ୍ତି। ସେ ସେମାନଙ୍କୁ ମହାବିଗ୍ଭର ଦିନ ପର୍ଯ୍ୟନ୍ତ ରଖିଛନ୍ତି।


ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା।


ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।


ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ।


ସେ ତାହାକୁ ଗଭୀରତମ ଗହ୍ୱରରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରିଦେଲେ। ଦୂତ ସେହି ଗହ୍ୱରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହେବାପର୍ଯ୍ୟନ୍ତ ଲୋକମାନଙ୍କୁ ଭ୍ରାନ୍ତ କରି ପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାଯିବ।


Swiv nou:

Piblisite


Piblisite