Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:15 - ପବିତ୍ର ବାଇବଲ

15 ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେ ମୋʼ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ଵାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।

Gade chapit la Kopi

ଓଡିଆ ବାଇବେଲ

15 ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ମୋ’ ସହିତ କଥା କହୁଥିବା ଦୂତଙ୍କ ହାତରେ ନଗରୀ, ପ୍ରାଚୀର ଓ ଦ୍ୱାରଗୁଡ଼ିକ ମାପିବା ନିମନ୍ତେ ଏକ ସୁବର୍ଣ୍ଣ ମାପ କାଠି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।

Gade chapit la Kopi




ପ୍ରକାଶିତ 21:15
10 Referans Kwoze  

ତା'ପରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତରେ ପରିମାପକ ରଜ୍ଜୁ ଧରିଥିବା ଏକ ବ୍ୟକ୍ତିଙ୍କୁ ଦେଖିଲି।


ସେ ମୋତେ ସେ ସ୍ଥାନକୁ ନେଇଗଲେ। ସେଠାରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ୟ ଥିଲା। ତାଙ୍କ ହସ୍ତରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ୱାର ନିକଟରେ ଛିଡ଼ା ହୋଇଥିଲେ।


ମୁଁ ତାଙ୍କୁ ପଗ୍ଭରିଲି, “ତୁମ୍ଭେ କେଉଁଆଡ଼େ ଯାଉଅଛ?” ସେ ଉତ୍ତର ଦେଲେ, “ମୁଁ ଯିରୁଶାଲମର ଦୈର୍ଘ ଓ ପ୍ରସ୍ଥ ମାପିବାକୁ ଯାଉଅଛି।”


ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା।


ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ ଥିଲା।


ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।


ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ।


Swiv nou:

Piblisite


Piblisite