ପ୍ରକାଶିତ 3:10 - ପବିତ୍ର ବାଇବଲ10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। Gade chapit laଓଡିଆ ବାଇବେଲ10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ । Gade chapit laପବିତ୍ର ବାଇବଲ (CL) NT (BSI)10 ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।