Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:15 - ପବିତ୍ର ବାଇବଲ

15 ତା'ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସେମାନଙ୍କ ଭିତରେ ପୃଥିବୀର ରାଜାମାନେ, ଶାସକମାନେ, ସେନାପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରତ୍ୟେକ ବ୍ୟକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଗ୍ଭଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ଵାଧୀନ ଲୋକସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,

Gade chapit la Kopi

ଓଡିଆ ବାଇବେଲ

15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେହି ସମୟରେ ପୃଥିବୀର ସମସ୍ତେ, ରାଜା, ଶାସକ ବା ସେନାନାୟକ, ଧନୀ ଓ ପରାକ୍ରାନ୍ତ, କ୍ରୀତଦାସ ବା ସାଧାରଣ ନାଗରିକ ସମସ୍ତେ ଗୁମ୍ଫାମାନଙ୍କରେ ଓ ପର୍ବତର ପ୍ରସ୍ତର ଉହାଡ଼ ତଳେ ଯାଇ ଲୁଚିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,

Gade chapit la Kopi




ପ୍ରକାଶିତ 6:15
19 Referans Kwoze  

ସେତେବେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନଶକ୍ତି ଦେଖି ଭୟଭୀତ ହେବେ। ସଦାପ୍ରଭୁ ପୃଥିବୀକୁ ଏପରି କମ୍ପିତ କରିବେ ଯେ, ଲୋକମାନେ ଭୟଭୀତ ହୋଇ ପର୍ବତ ଗୁମ୍ଫାରେ ଓ ପୃଥିବୀର ଗର୍ତ୍ତରେ ଲୁଚିବେ।


ସଦାପ୍ରଭୁ ପୃଥିବୀରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ୱର୍ଯ୍ୟ ପୂର୍ବକ ମହିମାକୁ ଭୟଭୀତ ହୋଇ ଗୁମ୍ଫାରେ ସେମାନଙ୍କୁ ଲୁଗ୍ଭଇ ରଖିବେ।


ଯାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗରେ ନିଜକୁ ଲୁଗ୍ଭଅ! କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।


ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ।


ସେମାନେ ସର୍ପ ପରି ଧୂଳି ଗ୍ଭଟିବେ। ସେମାନେ ଭୟରେ କମ୍ପିତ ହେବେ। ଆଉ ସେମାନେ କୀଟମାନଙ୍କ ପରି ସେମାନଙ୍କର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶେଷରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ।


ଏହି ଲୋକମାନଙ୍କୁ ଦେଖ। ସେମାନେ ଅପହୃତ ଓ ଲୁଣ୍ଠିତ। ସେମାନେ ଗର୍ଭରେ ପାଶବଦ୍ଧ ଓ କାରାଗାରରେ ଲୁଗ୍ଭ ଯାଇଛନ୍ତି। ସେମାନଙ୍କର ଧନ ଲୁଣ୍ଠିତ ହୋଇଛି। ସେମାନଙ୍କୁ ଉଦ୍ଧାର କରିବାକୁ କେହି ନାହାନ୍ତି। ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟକୁ “ଫେରାଇ ଦେବା” ପାଇଁ କହିବାକୁ ମଧ୍ୟ କେହି ନାହିଁ।


ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।


ଇସ୍ରାଏଲୀୟମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗୁମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ୟାନ୍ୟ ଗାତ୍ରରେ ଆତ୍ମଗୋପନ କଲେ।


ମିଦିୟନୀୟମାନେ ବହୁ ପରାକ୍ରମଶାଳୀ ହେଲେ ଏବଂ ସେମାନେ ଇସ୍ରାଏଲର ଲୋକମାନଙ୍କର ବିରୋଧୀ ହୋଇଗଲେ। ଯେଉଁଥିପାଇଁ ଇସ୍ରାଏଲ ସନ୍ତାନଗଣ ପର୍ବତ ଫାଟକରେ, ଗୁମ୍ଫାରେ ଓ ନିରାପଦ ସ୍ଥାନମାନଙ୍କରେ ଲୁଚି ରହିଲେ।


ସନ୍ଧ୍ୟା ସମୟରେ ସଦାପ୍ରଭୁ ପରମେଶ୍ୱର ଉଦ୍ୟାନ ମଧ୍ୟରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏ କଥା ଶୁଣିବାକୁ ପାଇଲେ ଏବଂ ସେମାନେ ପରମେଶ୍ୱରଙ୍କଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳରେ ଲୁଗ୍ଭଇ ରଖିଲେ।


ତୋ’ ପାଖରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି ଆଉ କେବେ ହେଲେ ଶୁଣାଯିବ ନାହିଁ। ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।


Swiv nou:

Piblisite


Piblisite