Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:14 - ପବିତ୍ର ବାଇବଲ

14 ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, “ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।

Gade chapit la Kopi

ଓଡିଆ ବାଇବେଲ

14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେହି ସ୍ୱର ଷଷ୍ଠ ଦୂତଙ୍କୁ ନିର୍ଦ୍ଦେଶ ଦେଲେ, “ୟୁଫ୍ରେଟିସ୍ ମହାନଦୀ ନିକଟରେ ବନ୍ଦୀ ହୋଇଥିବା ଚାରିଜଣ ଦୂତଙ୍କୁ ମୁକ୍ତ କରି ଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।

Gade chapit la Kopi




ପ୍ରକାଶିତ 9:14
12 Referans Kwoze  

ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।


ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା।


ପୁଣି ଏହା ପାଠ କରି ସାରିଲା ପରେ, ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ।


ସୋବାରର ରାଜା ରହୋବର ପୁତ୍ର, ହଦଦେଷର ଫରାତ୍ ନଦୀ ନିକଟରେ ନିଜର ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।


ତୃତୀୟ ନଦୀର ନାମ ହିଦ୍ଦେକଲ୍ ଥିଲା, ଏହା ଅଶୂରିୟ ଦେଶର ସମ୍ମୁଖ ଦେଇ ଗମନ କରେ ଏବଂ ଚତୁର୍ଥ ନଦୀର ନାମ ଫରାତ୍ ଥିଲା।


ତା'ପରେ ସାତ ଜଣ ସ୍ୱର୍ଗଦୂତ ସାତୋଟି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।


ଏହିସବୁ ଘଟିବା ପରେ ମୁଁ ପୃଥିବୀର ଗ୍ଭରି କୋଣରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଠିଆ ହେବାର ଦେଖିଲି। ସେହି ଦୂତମାନେ ପୃଥିବୀର ଗ୍ଭରି ବାୟୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛରେ ପବନ ନ ବହେ।


ତା'ପରେ ମୁଁ ପରମେଶ୍ୱରଙ୍କ ସାମନାରେ ସାତ ଜଣ ସ୍ୱର୍ଗଦୂତଙ୍କୁ ଠିଆ ହୋଇଥିବାର ଦେଖିଲି। ସେମାନଙ୍କୁ ସାତୋଟି ତୂରୀ ଦିଆଗଲା।


ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।


ଇମୋରୀୟମାନଙ୍କ ପର୍ବତ ଦେଶକୁ ଯାଅ। ତୁମ୍ଭେ ସେହି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡ଼ିକୁ ଯାଅ, ପର୍ବତମୟ ଦେଶ, ଯର୍ଦ୍ଦନର ଉପତ୍ୟକାକୁ ତଳଭୂମି, ମରୁଭୂମି ଏବଂ ସମୁଦ୍ର ଉପକୂଳ ସମେତ କିଣାନୀୟମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦେଇ ଫରାତ୍ ନଦୀ ପର୍ଯ୍ୟନ୍ତ ଯାଅ।


ହିତ୍ତୀୟମାନଙ୍କ ସମସ୍ତ ଦେଶ ସହିତ ଭୂମଧ୍ୟସାଗର ପର୍ଯ୍ୟନ୍ତ ଓ ପଶ୍ଚିମରେ ମହାନ ଫରାତ୍ ନଦୀ ପାଖର ମରୁଭୂମି ଓ ଲିବାନୋ‌ନ୍‌ର ସମସ୍ତ ଭୂମି ତୁମ୍ଭର ହେବ।


ତା'ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ।


Swiv nou:

Piblisite


Piblisite