Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:15 - ପବିତ୍ର ବାଇବଲ

15 ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ତ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ଏହି ନିର୍ଦ୍ଦିଷ୍ଟ ବର୍ଷ, ମାସ, ଦିନ ଓ ଦଣ୍ଡରେ, ସମଗ୍ର ମନୁଷ୍ୟ ଜାତିର ଏକ ତୃତୀୟାଂଶ ଲୋକଙ୍କୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା ସେହି ଚାରି ଦୂତଙ୍କୁ ମୁକ୍ତ କରି ଦିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।

Gade chapit la Kopi




ପ୍ରକାଶିତ 9:15
9 Referans Kwoze  

ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ।


ପ୍ରଥମ ସ୍ୱର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ୱାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳାବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀୟାଂଶରେ ନିଆଁ ଲାଗି ଏକ ତୃତୀୟାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।


ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା।


ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା।


କିନ୍ତୁ ମନୁଷ୍ୟମାନଙ୍କୁ ମାରିଦେବା ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ଯ୍ୟନ୍ତ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଅନୁମତି ଦିଆଯାଇଥିଲା। ସେହି ଯନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ଯନ୍ତ୍ରଣାଦାୟକ ହେବ।


ଦ୍ୱିତୀୟ ସ୍ୱର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ୱଳନ୍ତ ପର୍ବତ ପରି ଦିଶୁଥିବା ଏକ ବସ୍ତୁ ସମୁଦ୍ରରେ ପଡ଼ିଲା। ଏହା ଦ୍ୱାରା ସମୁଦ୍ରର ଏକ ତୃତୀୟାଂଶ ଜଳ ରକ୍ତରେ ପୂର୍ଣ୍ଣ ହୋଇଗଲା।


ଯେତେବେଳେ ତୃତୀୟ ସ୍ୱର୍ଗଦୂତ ତୂରୀ ବଜାଇଲେ, ସେତେବେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥାରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀୟାଂଶ ନଦୀ ଓ ଏକ ତୃତୀୟାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା।


ଏକ ହଜାର ବର୍ଷ ଶେଷ ହେବାପରେ ଶୟତାନକୁ ତା'ର ଗଭୀରତମ ଗହ୍ୱରର ବନ୍ଦୀଶାଳାରୁ ମୁକ୍ତି ମିଳିବ।


Swiv nou:

Piblisite


Piblisite