ରୋମୀୟ 1:20 - ପବିତ୍ର ବାଇବଲ20 ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନ; ଶକ୍ତି ଓ ଈଶ୍ଵରତ୍ଵ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ଵାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ। Gade chapit laଓଡିଆ ବାଇବେଲ20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ । Gade chapit laପବିତ୍ର ବାଇବଲ (CL) NT (BSI)20 ଈଶ୍ୱର ଜଗତକୁ ସୃଷ୍ଟି କରିବା ସମୟରୁ, ତାଙ୍କ ଅଦୃଶ୍ୟ ଗୁଣାବଳୀ ଯଥା ତାଙ୍କର ଅଲୌକିକ ପ୍ରକୃତି ଓ ଚିରନ୍ତନ ଶକ୍ତି ସ୍ପଷ୍ଟରୂପେ ପ୍ରକାଶ ପାଇ ଆସିଛି - ତାହା ସୃଷ୍ଟ ବିଷୟମାନଙ୍କରେ ତାହା ଉପଲବ୍ଧି କରି ହୁଏ। ତେଣୁ ସେମାନେ ଜାଣି ନାହାନ୍ତି ବୋଲି ଆଳ ଦେଖାଇ ପାରିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ। Gade chapit la |
ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।