ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।