Biblia Todo Logo
Bib sou entènèt

- Piblisite -




ରୋମୀୟ 10:1 - ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ଵରଙ୍କ ଛାମୁରେ ମୋହର ପ୍ରାର୍ଥନା।

Gade chapit la Kopi

ଓଡିଆ ବାଇବେଲ

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ମୋ’ ନିଜ ଜାତିର ଲୋକେ ପରିତ୍ରାଣ ପାଆନ୍ତୁ, ଏହା ମୋର ଆନ୍ତରିକ ଇଚ୍ଛା ଓ ଈଶ୍ୱରଙ୍କଠାରେ ଏହା ମୋର ଏକାନ୍ତ ପ୍ରାର୍ଥନା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।

Gade chapit la Kopi




ରୋମୀୟ 10:1
14 Referans Kwoze  

ମୋ’ ବିଷୟରେ ସାକ୍ଷୀ ଦେବା ପାଇଁ କୌଣସି ବ୍ୟକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହିସବୁ କହୁଛି ଯେପରି ତୁମ୍ଭେମାନେ ତାହାଦ୍ୱାରା ଉଦ୍ଧାର ପାଇ ପାରିବ।


ଲୋକେ ମଙ୍ଗଳ ପରିଶୋଧରେ କ’ଣ ଅମଙ୍ଗଳ କରିବେ? ତୁମ୍ଭେ ସ୍ମରଣ କର, ମୁଁ କିପରି ସେମାନଙ୍କର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇଥିଲି ଓ ସେମାନଙ୍କୁ ଦଣ୍ଡ ନ ଦେବା ପାଇଁ କହିଥିଲି। ମାତ୍ର ସେମାନେ ମୋର ବିନାଶ ନିମନ୍ତେ ଗର୍ତ୍ତ ଖୋଳି ଅଛନ୍ତି।


ମନେରଖ, ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବ, ତୁମ୍ଭର ସେବକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, ‘ଆକାଶରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହେବ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦେବି। ସେହି ଭୂମି ଅନନ୍ତକାଳ ତୁମ୍ଭମାନଙ୍କର ହେବ।”’


“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।


ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସ‌‌ତ୍‌‌ଶିକ୍ଷା ଦେବା ଗ୍ଭଲୁ ରଖିବି।


ତା'ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।


ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।


ତେଣୁ ବର୍ତ୍ତମାନ ମୋତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସେମାନଙ୍କୁ ମୋର କ୍ରୋଧରେ ଧ୍ୱଂସ କରିବି। ଏହା ପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।”


ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ: “ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ। ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”


ମୁଁ ବିଶ୍ୱାସ ପୂର୍ବକ ସେମାନଙ୍କ ବିଷୟରେ କହିପାରେ, ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଅନୁକରଣ କରିବା ପାଇଁ ଗ୍ଭହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।


Swiv nou:

Piblisite


Piblisite