ରୋମୀୟ 10:10 - ପବିତ୍ର ବାଇବଲ10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ। Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ଵାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ଵୀକାର କରେ। Gade chapit laଓଡିଆ ବାଇବେଲ10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ । Gade chapit laପବିତ୍ର ବାଇବଲ (CL) NT (BSI)10 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରୁ ଓ ମୁଖରେ ସ୍ୱୀକାର କରିବା ଦ୍ୱାରା ଆମ୍ଭେମାନେ ପରିତ୍ରାଣ ପାଇପାରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ। Gade chapit la |
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।