Biblia Todo Logo
Bib sou entènèt

- Piblisite -




ରୋମୀୟ 10:19 - ପବିତ୍ର ବାଇବଲ

19 ପୁନର୍ବାର ମୁଁ ପଗ୍ଭରୁଛି: “କ’ଣ ଇସ୍ରାଏଲର ଲୋକେ ବୁଝି ପାରି ନ ଥିଲେ?” ହଁ ସେମାନେ ବୁଝିଥିଲେ। ପ୍ରଥମେ ମୋଶା କହିଛନ୍ତି: “ଜାତୀୟ ଚରିତ୍ର ନ ଥିବା ଲୋକଙ୍କ ଦ୍ୱାରା ମୁଁ ତୁମ୍ବ ଭିତରେ ଈର୍ଷା ଜାତ କରାଇବି। ନିର୍ବୋଧ ଲୋକଙ୍କ ଦ୍ୱାରା ମୁଁ ତୁମ୍ଭ ଭିତରେ କ୍ରୋଧ ଜାତ କରାଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, ‘ଆମ୍ଭେ ନଗଣ୍ୟ ଜାତି ଦ୍ଵାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ଵାରା ତୁମ୍ଭମାନଙ୍କୁ କ୍ରୋଧାନ୍ଵିତ କରିବା।ʼ

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ମୁଁ କହେ, ଇସ୍ରାଏଲ କ'ଣ ଜାଣି ନାହାଁନ୍ତି ? ପ୍ରଥମରେ ମୋଶା କହନ୍ତି, "ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଆଉ ଥରେ ମୁଁ ପଚାରେ: ଇଶ୍ରାଏଲୀୟମାନେ କଅଣ ତାହା ବୁଝିଲେ ନାହିଁ? ବହୁ ପୂର୍ବରୁ ମୋଶା ଏହାର ଉତ୍ତର ଦେଇ ଲେଖିଛନ୍ତି: “ଆମ୍ଭ ଲୋକଙ୍କୁ ଈର୍ଷାନ୍ୱିତ କରାଇବା ପାଇଁ ଗୋଟିଏ ନଗଣ୍ୟ ଜାତିକୁ ବ୍ୟବହାର କରିବୁ। ସେହିପରି ଗୋଟିଏ ନିର୍ବୋଧ ଜାତି ଦ୍ୱାରା ସେମାନଙ୍କୁ କ୍ରୋଧାନ୍ୱିତ କରିବୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”

Gade chapit la Kopi




ରୋମୀୟ 10:19
19 Referans Kwoze  

ଯେଉଁମାନେ ଦେବତା ନୁହନ୍ତି ସେମାନଙ୍କ ସହିତ ମୋତେ ଈର୍ଷା ପରାୟଣ କଲେ। ସେମାନେ ସେମାନଙ୍କର ଅସାରତା ଦ୍ୱାରା ମୋତେ ବିରକ୍ତ କଲେ। ସେଥିପାଇଁ ମୁଁ ଇସ୍ରାଏଲକୁ ଈର୍ଷାନ୍ୱିତ କରାଇବି ସେହିମାନଙ୍କ ମାଧ୍ୟମରେ ଯେଉଁମାନେ ପ୍ରକୃତ ଜାତି ନୁହନ୍ତି। ମୁଁ ସେମାନଙ୍କୁ ମୂର୍ଖ ଗୋଷ୍ଠୀ ଦ୍ୱାରା ବିରକ୍ତ କରାଇବି।


ତା'ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସେମାନଙ୍କୁ ନଷ୍ଟ କରିଥିଲା କି। ବରଂ ସେମାନଙ୍କର ଭୁଲ୍ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ୱାରା ଯିହୂଦୀମାନଙ୍କ ଭିତରେ ଉତ୍ସାହ ଭାବ ଜାଗୃତ ହେଲା।


ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି।


ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ। ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।


ମୁଁ ଏହା କହିବା ଅର୍ଥ: ତୁମ୍ଭମାନଙ୍କ ଭିତରୁ ଜଣେ କୁହେ, “ମୁଁ ପାଉଲଙ୍କର ଅନୁଗାମୀ,” ଆଉଜଣେ କୁହେ “ମୁଁ ଆପଲ୍ଲଙ୍କର ଅନୁଗାମୀ,” ଅନ୍ୟ ଜଣେ କୁହେ, “ମୁଁ କେଫାଙ୍କର ଅନୁଗାମୀ,” ଓ ଅନ୍ୟଜଣେ କୁହେ: “ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ!”


ଭାଇ ଓ ଭଉଣୀମାନେ ମୁଁ ତୁମ୍ଭକୁ ଏ କଥା କହୁଛି ଯେ, ମାଂସ ଓ ରକ୍ତ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହୋଇ ପାରିବ ନାହିଁ। କ୍ଷୟ ଅକ୍ଷୟକୁ ଅଧିକାର କରି ପାରିବ ନାହିଁ।


ତୁମ୍ଭେମାନେ ମନେପକାଅ ଯେ ବିଶ୍ୱାସୀ ହେବା ପୂର୍ବରୁ ତୁମ୍ଭେମାନେ କିପରି ବିପଥଗାମୀ ହୋଇ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।


ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।


ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ୱ ଅଛି। ଏବଂ ମୁଁ ଏହା ମଧ୍ୟ କହୁ ନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ।


ଭାଇ ଓ ଭଉଣୀମାନେ! ମୋର କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହା ପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସେମାନେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସେମାନଙ୍କ ପତ୍ନୀ ନାହିଁ।


କିନ୍ତୁ ମୁଁ ପଗ୍ଭରୁଛି: “କ’ଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି?” ହଁ ସେମାନେ ଶୁଣିଛନ୍ତି। ଶାସ୍ତ୍ର କୁହେ: “ସେମାନଙ୍କର ସ୍ୱର ଜଗତର ସର୍ବତ୍ର ଖେଳିଗଲା। ସେମାନଙ୍କ ବାକ୍ୟ ଜଗତର ପ୍ରାନ୍ତରର ଶେଷଭାଗ ପର୍ଯ୍ୟନ୍ତ ଖେଳିଗଲା।”


ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।


ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’ ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ଅନ୍ୟ ଦେଶୀୟମାନେ ସମସ୍ତେ ନିର୍ବୋଧ ଓ ଅଜ୍ଞାନ। ସେମାନଙ୍କର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ୟହୀନ। ସେହି ମୂର୍ତ୍ତିଗୁଡ଼ିକ କେବଳ କାଷ୍ଠ ମାତ୍ର।


Swiv nou:

Piblisite


Piblisite