Biblia Todo Logo
Bib sou entènèt

- Piblisite -




ରୋମୀୟ 11:21 - ପବିତ୍ର ବାଇବଲ

21 ବିଶ୍ୱାସ ନ କରିବା ହେତୁ ଯଦି ପରମେଶ୍ୱର ପ୍ରଥମ ଗଛର ଶାଖାଗୁଡ଼ିକୁ ଭାଙ୍ଗିଦେଲେ, ତା'ହେଲେ ତୁମ୍ଭେମାନେ ମଧ୍ୟ ବିଶ୍ୱାସ ନ ରଖି ପାରିଲେ ପରମେଶ୍ୱର ତୁମ୍ଭମାନଙ୍କୁ ବିଛିନ୍ନ କରିଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଯଦି ଈଶ୍ଵର ସ୍ଵାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 କାରଣ ଯଦି ଈଶ୍ୱର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯଦି ବୃକ୍ଷର ସହଜାତ ଶାଖା ସଦୃଶ ଇହୁଦୀମାନଙ୍କୁ ଈଶ୍ୱର ଦଣ୍ଡ ନ ଦେଇ ଛାଡ଼ି ଦେଲେ ନାହିଁ, ତୁମ୍ଭମାନଙ୍କୁ କଅଣ ସେ ଛାଡ଼ିଦେବେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଯଦି ଈଶ୍ବର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ।

Gade chapit la Kopi




ରୋମୀୟ 11:21
10 Referans Kwoze  

ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।”


କାରଣ ଏହି ଯିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିଯାନ ଆରମ୍ଭ କରିଛି। ତାହା ମୋର ନାମକୁ ଧାରଣ କରିଛି। ତୁମ୍ଭେମାନେ କହିପାର ଆମ୍ଭେମାନେ ଦଣ୍ଡିତ ହେବୁ ନାହିଁ। ମାତ୍ର ତୁମ୍ଭେମାନେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପରେ ‌‌ଖ‌ଡ଼୍‌ଗ ଚଲାଇବା।’” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ଆଗରୁ ଜାଣିଥିବା କେତେକ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହେଁ। ମନେରଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିଶର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ୱାସୀ ଲୋକମାନଙ୍କୁ ଧ୍ୱଂସ କରିଦେଲେ।


ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।”


ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ।


ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।


ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର।


ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା'ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ।


Swiv nou:

Piblisite


Piblisite