Biblia Todo Logo
Bib sou entènèt

- Piblisite -




ରୋମୀୟ 11:23 - ପବିତ୍ର ବାଇବଲ

23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା'ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ସେମାନେ ଯଦି ଅବିଶ୍ଵାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ଵର ସମର୍ଥ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯଦି ଇହୁଦୀମାନେ ସେମାନଙ୍କ ଅବିଶ୍ୱାସ ଦୂର କରନ୍ତି, ତେବେ ସେମାନେ ସ୍ୱସ୍ଥାନରେ ପୁନଃସ୍ଥାପିତ ହେବେ। ଏହା କରିବାକୁ ଈଶ୍ୱର ସମର୍ଥ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି।

Gade chapit la Kopi




ରୋମୀୟ 11:23
6 Referans Kwoze  

କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ।


ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’।”


ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।


ତୁମ୍ଭେମାନେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭେମାନେ ଭଲ ଜୀତଗଛ ସହିତ ସଂଯୁକ୍ତ ହୋଇଛ। କିନ୍ତୁ ଏହା ସ୍ୱାଭାବିକ। ଅତଏବ, ସେହି ଯିହୂଦୀମାନେ ପ୍ରକୃତରେ ନିଜର ବୃକ୍ଷ ସହିତ ପୁନର୍ବାର ସଂଯୁକ୍ତ ହୋଇପାରିବେ।


ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।


Swiv nou:

Piblisite


Piblisite