Biblia Todo Logo
Bib sou entènèt

- Piblisite -




ରୋମୀୟ 11:25 - ପବିତ୍ର ବାଇବଲ

25 ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ ତତ୍ତ୍ଵ ସମ୍ଵନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ବିଜାତିମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛ୍ରି;

Gade chapit la Kopi

ଓଡିଆ ବାଇବେଲ

25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଭାଇମାନେ, ଏ ସମ୍ପର୍କରେ ଗୋଟିଏ ଗୁପ୍ତ ସତ୍ୟ ପ୍ରକାଶ କରୁଛି। ତା’ ଶୁରିଲେ, ତୁମ୍ଭେମାନେ ନିଜକୁ ଆଉ ଜ୍ଞାନୀ ବୋଲି ଭାବି ପାରିବ ନାହିଁ। ଇଶ୍ରାଏଲୀୟମାନଙ୍କ ଅବାଧ୍ୟତା ଚିରସ୍ଥାୟୀ ହୋଇ ରହିବ ନାହିଁ। ଅଣଇହୁଦୀମାନେ ସମସ୍ତେ ଈଶ୍ୱରଙ୍କ ନିକଟକୁ ଆସିବା ପର୍ଯ୍ୟନ୍ତ ସେମାନେ ସେପରି ରହିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;

Gade chapit la Kopi




ରୋମୀୟ 11:25
41 Referans Kwoze  

କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।


ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।


ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।


କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।”


ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠାରେ ଏତେଲୋକ ଥିଲେ ଯେ, କେହି ସେମାନଙ୍କୁ ଗଣି ପାରିବ ନାହିଁ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସେହି ଲୋକମାନେ ସିଂହାସନ ଓ ମେଷଶାବକଙ୍କ ସାମନାରେ ଠିଆ ହୋଇଥିଲେ। ସେମାନେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସେମାନଙ୍କର ହାତରେ ଖଜୁରି ବାହୁଙ୍ଗା ଥିଲା।


ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା।


ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।


ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।


ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ।


ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।


ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ।


ସେମାନେ ମଧ୍ୟ ନିଜକୁ ଭାବନ୍ତି ଯେ ସେମାନେ ଅତି କର୍ମଠ ଓ ବୁଦ୍ଧିମାନ।


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି।


ସାତ ଜଣ ସୁବିଗ୍ଭରଶୁଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ୍।


ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ଯିଏ ଭାବେ ସେ ଜ୍ଞାନୀ, ସେତେବେଳେ ସେ ଜ୍ଞାନୀ ନ ଥାଏ।


ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।


ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ। ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।


ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ।


ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ।


ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।


ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!


ତୁମ୍ଭେମାନେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭେମାନେ ଭଲ ଜୀତଗଛ ସହିତ ସଂଯୁକ୍ତ ହୋଇଛ। କିନ୍ତୁ ଏହା ସ୍ୱାଭାବିକ। ଅତଏବ, ସେହି ଯିହୂଦୀମାନେ ପ୍ରକୃତରେ ନିଜର ବୃକ୍ଷ ସହିତ ପୁନର୍ବାର ସଂଯୁକ୍ତ ହୋଇପାରିବେ।


କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ।


ଆମ୍ଭ ବିଷୟରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସେବକ। ପରମେଶ୍ୱର ନିଜର ଗୋପନୀୟ ସତ୍ୟଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।


ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।


ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ।


ମୋର ଡାହାଣ ହାତରେ ଯେଉଁ ସାତୋଟି ନକ୍ଷତ୍ର ଦେଖିଲ, ତାହାର ଓ ସାତୋଟି ସୁନାର ଦୀପରୂଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୂଖା ହେଉଛି ସାତୋଟି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତୋଟି ମଣ୍ଡଳୀର ଦୂତ।”


Swiv nou:

Piblisite


Piblisite