Biblia Todo Logo
Bib sou entènèt

- Piblisite -




ରୋମୀୟ 11:27 - ପବିତ୍ର ବାଇବଲ

27 ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ ଏହି ଚୁକ୍ତି କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।

Gade chapit la Kopi

ଓଡିଆ ବାଇବେଲ

27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ସେମାନଙ୍କର ଅଧର୍ମ ଦୂର କରିବାବେଳେ ସେମାନଙ୍କ ସହିତ ଏହି ଚୁକ୍ତି କରିବୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”

Gade chapit la Kopi




ରୋମୀୟ 11:27
12 Referans Kwoze  

ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହେବ ଓ ତାହାର ପାପ ଦୂରୀଭୂତ ହେବ। ସେହି ଯଜ୍ଞବେଦିର ପ୍ରସ୍ତର ସବୁ ଧୂଳିସାତ ହେବ ଓ ସେହି ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମା ସବୁ ବିନଷ୍ଟ ହେବେ।


ନିଜ ବିଷୟରେ ସଦାପ୍ରଭୁ କୁହନ୍ତି, “ସେମାନଙ୍କ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ୟସବୁ ତୁମ୍ଭ ମୁଖରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ୟାବଧି ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ।”


“ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ୟ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିଯାଏ। ମୋର ଗାରିମାକୁ ରକ୍ଷା କରିବାକୁ ଏପରି କରେ।


“ପ୍ରଭୁ କହିଲେ, ଭବିଷ୍ୟତରେ ମୋ’ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ହୃଦୟରେ ରଖିବି। ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ମନରେ ଲେଖିବି।”


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ସଦାପ୍ରଭୁ କହନ୍ତି, “ସେତେବେଳେ ଇସ୍ରାଏଲର ଅଧର୍ମ ଖୋଳାଯିବ, ମାତ୍ର କିଛି ମିଳିବ ନାହିଁ; ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ସେମାନେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦେବା, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଅଛୁ।”


କ’ଣ କହିବ ସେ ବିଷୟରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫେରି ଆସ। ତାଙ୍କୁ କୁହ, “ଆମ୍ଭର ପାପକୁ ନେଇଯାଅ। ଆମ୍ଭେ କରିଥିବା ଉତ୍ତମ କର୍ମକୁ ଗ୍ରହଣ କର। ଆମ୍ଭେ ଆମ୍ଭର ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରୁଛୁ।


କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


Swiv nou:

Piblisite


Piblisite