Biblia Todo Logo
Bib sou entènèt

- Piblisite -




ରୋମୀୟ 11:6 - ପବିତ୍ର ବାଇବଲ

6 ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା'ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା'ହେଲେ କ’ଣ ହେଲା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଈଶ୍ୱର ସେମାନଙ୍କୁ ମନୋନୀତ କରିଛନ୍ତି ନିଜ ଅନୁଗ୍ରହ ଯୋଗୁଁ। ଯଦି ସେମାନଙ୍କ ସତ୍କର୍ମ ଲାଗି ଈଶ୍ୱର ସେମାନଙ୍କୁ ମନୋନୀତ କରିଥାଆନ୍ତେ, ତାଙ୍କର ଅନୁଗ୍ରହ ପ୍ରକୃତ ଅନୁଗ୍ରହ ହୁଅନ୍ତା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।

Gade chapit la Kopi




ରୋମୀୟ 11:6
11 Referans Kwoze  

ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।


ଏହି ଅନୁଗ୍ରହ ହେଉଛି ପରମେଶ୍ୱରଙ୍କର। ଏହା ମୋ’ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ। କାରଣ ଯଦି ନିୟମ ଦ୍ୱାରା ଧାର୍ମିକ ଗଣିତ ହେବା ସମ୍ଭବ ହୋଇଥା’ନ୍ତା, ତା'ହେଲେ ଖ୍ରୀଷ୍ଟ ବିନା କାରଣରେ ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତେ।


ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା।


ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା'ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ।


କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି।


ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ।


Swiv nou:

Piblisite


Piblisite