Biblia Todo Logo
Bib sou entènèt

- Piblisite -




ରୋମୀୟ 13:6 - ପବିତ୍ର ବାଇବଲ

6 ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ୱରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏଥିନିମନ୍ତେ ତୁମେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ଶାସକମାନେ କର୍ତ୍ତବ୍ୟ ପାଳନ କରିବା ବେଳେ ଈଶ୍ୱରଙ୍କ ସେବା କରି ଥାଆନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।

Gade chapit la Kopi




ରୋମୀୟ 13:6
18 Referans Kwoze  

ସେମାନେ ଯୀଶୁଙ୍କୁ ଦୋଷ ଦେବାକୁ ଲାଗିଲେ। ସେମାନେ ପୀଲାତଙ୍କୁ କହିଲେ, “ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭେମାନେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦେବା ଉଚିତ୍ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।”


ଦାଉଦ ସମଗ୍ର ଇସ୍ରାଏଲର ଉପରେ ରାଜା ଥିଲେ। ଏବଂ ସେ ସମସ୍ତଙ୍କ ପାଇଁ ନ୍ୟାୟବାନ ଥିଲେ।


ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।


ଆହୁରି ଅନ୍ୟ ଲୋକେମାନେ କହିଲେ, “ଆମ୍ଭେମାନେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।


ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।


ମଧ୍ୟ ଯିରୁଶାଲମରେ ପରାକ୍ରାନ୍ତ ରାଜଗଣ ଥିଲେ। ସେମାନେ ନଦୀ ସେପାରିସ୍ଥ ତାବତ୍ ଦେଶରେ ରାଜତ୍ୱ କଲେ। ଆଉ ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ଆମ୍ଭେମାନେ ରାଜାଙ୍କୁ କହିବା ପାଇଁ ଗ୍ଭହୁଁ ଯେ, ଯେତେବେଳେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ସେତେବେଳେ ସେହି ଲୋକମାନେ କର, ରାଜସ୍ୱ ବା ମାଶୁଲ ଦେବେ ନାହିଁ। ପୁଣି ଶେଷରେ ତାହା ରାଜାଙ୍କ ପାଇଁ କ୍ଷତିକାରକ ହେବ।


ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାଙ୍କୁ ସାହାଯ୍ୟ କରିବାକୁ ଆସିଲେ। କିନ୍ତୁ ଦାଉଦ ସେହି 22,000 ଅରାମୀୟମାନଙ୍କୁ ପରାସ୍ତ କଲେ।


ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।


ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।


Swiv nou:

Piblisite


Piblisite