Biblia Todo Logo
Bib sou entènèt

- Piblisite -




ରୋମୀୟ 14:15 - ପବିତ୍ର ବାଇବଲ

15 ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା'ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ଵାରା ବିନାଶ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମେ କୌଣସି ଖାଦ୍ୟ ପାଇବା ଦ୍ୱାରା ଯଦି ଜଣେ ଭାଇ ମନରେ ଆଘରତ ଦିଅ, ତେବେ ତା’ ପ୍ରତି ତୁମର ପ୍ରେମ ଦେଖାଉ ନାହଁ। ଯେଉଁ ଭାଇ ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁବରଣ କଲେ, ସମାନ୍ୟ ଖାଦ୍ୟ ଯୋଗୁଁ ତା’ର ଅନିଷ୍ଟ କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।

Gade chapit la Kopi




ରୋମୀୟ 14:15
13 Referans Kwoze  

ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର।


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ଏବେ ମୁଁ ମୂର୍ତ୍ତିଗୁଡ଼ିକଠାରେ ଉତ୍ସର୍ଗୀକୃତ ମାଂସ ବିଷୟରେ କହିବି। ଆମ୍ଭେ ଜାଣୁ “ଆମ୍ଭ ସମସ୍ତଙ୍କ ପାଖରେ ଜ୍ଞାନ ଅଛି।” କିନ୍ତୁ “ଜ୍ଞାନ” ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।


ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍।


ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ।


ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କେବଳ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ୟ ସେ ବହିନିଅନ୍ତି।


ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷାରେ ବା ସ୍ୱର୍ଗଦୂତଙ୍କ ଭାଷାରେ କହିପାରେ, ମାତ୍ର ମୋ'ଠାରେ ପ୍ରେମ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।


ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।


“‘କାରଣ ଯେତେବେଳେ ମୁଁ ଧାର୍ମିକମାନଙ୍କୁ ଦୟନୀୟ କରି ନାହିଁ, କିନ୍ତୁ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣ ମିଥ୍ୟା ଦ୍ୱାରା ସେମାନଙ୍କୁ ଦୁଃଖିତ କରିଛନ୍ତି। ଏବଂ ଦୁଷ୍ଟ ଲୋକମାନେ ଯେପରି ସେମାନଙ୍କର କୁପଥରୁ ନ ଫେରନ୍ତି ସେଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଉତ୍ସାହିତ କରିଛ।


ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟ‌‌ଦ୍‌‌‌‌ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।


Swiv nou:

Piblisite


Piblisite