ରୋମୀୟ 14:22 - ପବିତ୍ର ବାଇବଲ22 ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭର ଯେଉଁ ବିଶ୍ଵାସ ଅଛି, ତାହା ତୁମ୍ଭେ ଈଶ୍ଵରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ। Gade chapit laଓଡିଆ ବାଇବେଲ22 ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ୱରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)22 ଏହି ବିଷୟରେ ତୁମ ବ୍ୟକ୍ତିଗତ ବିଶ୍ୱାସ କେବଳ ଈଶ୍ୱର ଜାଣନ୍ତୁ। ଯେଉଁ ବ୍ୟକ୍ତି ଉତ୍ତମ ମନେ କରି କୌରସି କାର୍ଯ୍ୟ କରେ, ପୁଣି ସେଥିପାଇଁ ପଛେ ତାକୁ ପଶ୍ଚାତ୍ତାପ କରିବାକୁ ପଡ଼େ ନାହିଁ, ସେ ଧନ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ। Gade chapit la |
ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।
କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।