Biblia Todo Logo
Bib sou entènèt

- Piblisite -




ରୋମୀୟ 14:23 - ପବିତ୍ର ବାଇବଲ

23 କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା'ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା'ହେଲେ ସେ ପାପ କରୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ତନୀୟ ହୁଏ, କାରଣ ସେ ବିଶ୍ଵାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ଵାସରୁ ହୁଏ ନାହିଁ, ତାହା ପାପ।

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ କୌଣସି ଖାଦ୍ୟ ଖାଇବା ଉଚିତ୍ କି ନୁହେଁ, ମନରେ ଦ୍ୱିଧା ରଖି ଯେ ତାହା ଖାଏ; ଈଶ୍ୱରଙ୍କ ସମ୍ମୁଖରେ ସେ ଦୋଷୀ ହେବ, କାରଣ ତାହା ତା’ଣ ବିଶ୍ୱାସ ଅନୁରୂପ କାର୍ଯ୍ୟ ନୁହେଁ। ବିଶ୍ୱାସ ଉପରେ ଯାହା ପ୍ରତିଷ୍ଠିତ ନୁହେଁ, ପାପ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।

Gade chapit la Kopi




ରୋମୀୟ 14:23
6 Referans Kwoze  

ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।


ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି।


କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।


ଜଣେ ଲୋକ ବିଶ୍ୱାସ କରିପାରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶିଷ୍ଟ ଅଟେ। ସେହିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡ଼ିକ ସମାନ ମହତ୍ତ୍ୱ ପ୍ରଦାନ କରିପାରେ। ପ୍ରତ୍ୟେକ ଲୋକ ନିଜର ବିଶ୍ୱାସ ନେଇ ମନରେ ନିଶ୍ଚିତ ହେବା ଉଚିତ୍।


ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ।


Swiv nou:

Piblisite


Piblisite