Biblia Todo Logo
Bib sou entènèt

- Piblisite -




ରୋମୀୟ 14:4 - ପବିତ୍ର ବାଇବଲ

4 ତୁମ୍ଭେ ଅନ୍ୟ ଲୋକର ଗ୍ଭକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କେବଳ ଜାଣିପାରେ ଯେ ଗ୍ଭକରଟି ଭଲ କି ମନ୍ଦ। ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଅନ୍ୟର ଦାସକୁ ବିଚାର କରିବା ପାଇଁ ତୁମେ କିଏ? ସେ ତା’ କାର୍ଯ୍ୟରେ କେତେ ଦୂର ସଫଳ ବା ବିଫଳ ହେଉଛି, ତାହା ତା’ର ମୁନିବ ବିଚାର କରିବେ। ସେ ନିଶ୍ଚୟ ସଫଳ ହେବ, କାରଣ ପ୍ରଭୁ ତାଙ୍କ ଦାସକୁ କୃତକାର୍ଯ୍ୟ କରାଇବା ପାଇଁ ସମର୍ଥ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।

Gade chapit la Kopi




ରୋମୀୟ 14:4
19 Referans Kwoze  

ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?”


ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ।


ସେମାନେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।


ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।


ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି।


ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।


ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।


ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ, ତେଣୁ ସେମାନେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।


ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।


ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମା ଦାନ ଦେଇଥିଲେ, ସହିପରି ଯଦି ସେ ସେମାନଙ୍କୁ ସେହି ସମାନ ଦାନ ଦେଲେ, ତେବେ ମୁଁ ପରମେଶ୍ୱରଙ୍କ ମାର୍ଗରେ ବାଧା ଦେବା ପାଇଁ କିଏ?”


କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।


ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା'ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ।


Swiv nou:

Piblisite


Piblisite