Biblia Todo Logo
Bib sou entènèt

- Piblisite -




ରୋମୀୟ 14:5 - ପବିତ୍ର ବାଇବଲ

5 ଜଣେ ଲୋକ ବିଶ୍ୱାସ କରିପାରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶିଷ୍ଟ ଅଟେ। ସେହିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡ଼ିକ ସମାନ ମହତ୍ତ୍ୱ ପ୍ରଦାନ କରିପାରେ। ପ୍ରତ୍ୟେକ ଲୋକ ନିଜର ବିଶ୍ୱାସ ନେଇ ମନରେ ନିଶ୍ଚିତ ହେବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।

Gade chapit la Kopi

ଓଡିଆ ବାଇବେଲ

5 ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଜଣକର ମତରେ ଅନ୍ୟ ଦିନମାନଙ୍କ ଅପେକ୍ଷା ଗୋଟିଏ ନିର୍ଦ୍ଧିଷ୍ଟ ଦିବସ ଅଧିକ ଉକ୍ରୃଷ୍ଟ। ଆଉ ଜଣେ ଭାବେ, ସବୁ ଦିନ ସମାନ। କିନ୍ତୁ ଯେ ଯାହା ମତର ଯଥାର୍ଥତା ବିଚାର କରି ନିଷ୍ପତ୍ତି ଗ୍ରହଣ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।

Gade chapit la Kopi




ରୋମୀୟ 14:5
9 Referans Kwoze  

କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା'ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା'ହେଲେ ସେ ପାପ କରୁଛି।


କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।


ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।


ଅତଏବ ସେହି ଦୁର୍ବଳ ବିଶ୍ୱାସୀ ଯାହା ନିମନ୍ତେ ଯୀଶୁ ଖ୍ରୀଷ୍ଟ ପ୍ରାଣତ୍ୟାଗ କରିଛନ୍ତି, ତାହାର ଆତ୍ମିକ ପତନ ପାଇଁ ତୁମ୍ଭେ ଦାୟୀ ହେବ।


ପ୍ରିୟ ଥିୟଫିଲ, ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି।


ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ।


Swiv nou:

Piblisite


Piblisite