Biblia Todo Logo
Bib sou entènèt

- Piblisite -




ରୋମୀୟ 14:6 - ପବିତ୍ର ବାଇବଲ

6 ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ; ପୁଣି ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ।

Gade chapit la Kopi

ଓଡିଆ ବାଇବେଲ

6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଯେ ଗୋଟିଏ ଦିବସକୁ ଉକ୍ରୃଷ୍ଟ ବୋଲି ଭାବେ, କେବଳ ପ୍ରଭୁଙ୍କ ଗୌରବାର୍ଥେ ସେ ତା’ କରୁ। ଯାହାର କୌରସି ଖାଦ୍ୟ ଖାଇବା ପାଇଁ ଆପତ୍ତି ନାହିଁ, ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ସେ ତାହା ଖାଉ; ତଦ୍ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ। ଯେଉଁ ବ୍ୟକ୍ତି କୌଣସି ଖାଦ୍ୟରୁ ନିବୃତ୍ତ ହୁଏ, ସେ ଏହା ଈଶ୍ୱରଙ୍କ ଗୌରବ ନିମନ୍ତେ କରୁ ଓ ଏଥିପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।

Gade chapit la Kopi




ରୋମୀୟ 14:6
12 Referans Kwoze  

ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।


ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଘାସ ଉପରେ ବସିଯିବା ପାଇଁ କହିଲେ। ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଗ୍ଭହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ଦେଲେ। ଶିଷ୍ୟମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।


ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ।


ଲୋକମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ କ'ଣ କ'ଣ କରିବା ଉଚିତ୍ ବୋଲି ପରମେଶ୍ୱର ଗ୍ଭହାନ୍ତି?”


ମନୁଷ୍ୟ ଏହି ପ୍ରକାର ଉପବାସଦ୍ୱାରା ନିଜର ପ୍ରାଣକୁ କ୍ଳେଶ ଦେଉ, ଆମ୍ଭେ କ’ଣ ଏହି ପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ତଳେ ବିଛାଇ ତା'ଉପରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ?


ସପ୍ତମ ଦିବସ, ମୋଶା ଲୋକମାନଙ୍କୁ କହିଲେ, “ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ୟ ଦିବସ। ତେଣୁ ତୁମ୍ଭେମାନେ କ୍ଷେତକୁ ଆଜି କେହି ନ ଯାଇ ରଖାଯାଇଥିବା ଖାଦ୍ୟକୁ ଭକ୍ଷ୍ୟଣ କର।


ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।


“ତେଣୁ ତୁମ୍ଭେମାନେ ଭଲଭାବେ ମନେରଖ ଯେ, ଆଜି ରାତ୍ରଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀୟ ଦିନ ହେବ। ତୁମ୍ଭେମାନେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପାଳନ କରିବ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ଏହି ପର୍ବ ପ୍ରତି ବର୍ଷ ପାଳନ କରିବେ।


ସମସ୍ତ ଜଳପାତ୍ର ଯିରୁଶାଲମ ଓ ଯିହୁଦାରେ ‘ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହେବ।’ ନୈବେଦ୍ୟ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସେମାନଙ୍କଠାରୁ ଜଳପାତ୍ର ନେବେ ଏବଂ ବଳିଦାନର ମାଂସ ରନ୍ଧନ କରିବେ। ସେହି ଦିନ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିରରେ ଆଉ ବ୍ୟବସାୟୀ ନ ଥିବେ।


Swiv nou:

Piblisite


Piblisite