ରୋମୀୟ 14:9 - ପବିତ୍ର ବାଇବଲ9 ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ। Gade chapit laଓଡିଆ ବାଇବେଲ9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)9 କାରଣ ଖ୍ରୀଷ୍ଟ ମୃତ୍ୟୁବରଣ କରି ପୁନରୁତ୍ଥିତ ହେବା ଦ୍ୱାରା ଉଭୟ ଜୀବିତ ଓ ମୃତ ସମସ୍ତଙ୍କର ସେ ପ୍ରଭୁ ହୋଇ ପାରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।