Biblia Todo Logo
Bib sou entènèt

- Piblisite -




ରୋମୀୟ 15:1 - ପବିତ୍ର ବାଇବଲ

1 ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯେଉଁମାନେ ବିଶ୍ୱାସରେ ବଳିଷ୍ଠ, ସେମାନ ଦୁର୍ବଳ ବିଶ୍ୱାସୀ ଭାଇର ଦୋଷ ଦୁର୍ବଳତା ପ୍ରତି ସହନଶୀଳ ହୁଅନ୍ତୁ। କେହି କେବଳ ନିଜକୁ ଖୁସି କରିବା ପାଇଁ ଇଚ୍ଛା ନ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।

Gade chapit la Kopi




ରୋମୀୟ 15:1
13 Referans Kwoze  

ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ।


ଯେଉଁ ଲୋକର ବିଶ୍ୱାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସେହି ଲୋକର ଭିନ୍ନ ମତ ପାଇଁ, ତା’ ସହିତ ଯୁକ୍ତିତର୍କ କର ନାହିଁ।


ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି।


ପିଲାମାନେ! ତୁମ୍ଭେମାନେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ! ସେ ଆଦ୍ୟରୁ ଅଛନ୍ତି ବୋଲି ତୁମ୍ଭେମାନେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ଯୁବକମାନେ! ତୁମ୍ଭେମାନେ ବଳବାନ ଏବଂ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି, ଓ ତୁମ୍ଭେମାନେ ସେହି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।


ତୀମଥି, ତୁମ୍ଭେ ମୋର ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭକୁ ମିଳିଥିବା ଅନୁଗ୍ରହରେ ଶକ୍ତିଶାଳୀ ହୁଅ।


କିନ୍ତୁ ପରମେଶ୍ୱରଙ୍କ ପ୍ରତି ତାହାଙ୍କର ବିଶ୍ୱାସ ଦୁର୍ବଳ ହେଲା ନାହିଁ। ପରମେଶ୍ୱର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାହା ସେ କରିବାରେ ସମର୍ଥ ଏଥିରେ ଅବ୍ରହାମ ଟିକେ ହେଲେ ସନ୍ଦେହ କଲେ ନାହିଁ। ବରଂ ତାହାଙ୍କର ବିଶ୍ୱାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ୱରଙ୍କୁ ଗୌରବ ଦେଲେ।


ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।


ଅତଏବ ମୋ'ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।


ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।


ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ।


କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।


Swiv nou:

Piblisite


Piblisite