ରୋମୀୟ 15:14 - ପବିତ୍ର ବାଇବଲ14 ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳ ଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି। Gade chapit laଓଡିଆ ବାଇବେଲ14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 ଭାଇମାନେ, ମୋର ବିଶ୍ୱାସ, ତୁମ୍ଭେମାନେ ସମସ୍ତ ସଦ୍ଗୁଣ ତଥା ଜ୍ଞାନରେ ପରିପୂର୍ଣ୍ଣ ଓ ପରସ୍ପରକୁ ଶିକ୍ଷା ଦେବା ପାଇଁ ସମର୍ଥ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି। Gade chapit la |
କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ।
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।