Biblia Todo Logo
Bib sou entènèt

- Piblisite -




ରୋମୀୟ 15:15 - ପବିତ୍ର ବାଇବଲ

15 କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖୋଲି ଭାବେ କେତେକ ବିଷୟରେ ଲେଖିଥିଲି। ପରମେଶ୍ୱରଙ୍କଠାରୁ ବିଶେଷ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତଥାପି ମୋତେ ଈଶ୍ଵରଙ୍କ କର୍ତ୍ତୃକ ଦତ୍ତ ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।

Gade chapit la Kopi

ଓଡିଆ ବାଇବେଲ

15 ତଥାପି ମୋତେ ଈଶ୍ୱରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏହି ପତ୍ରରେ ତୁମ୍ଭମାନଙ୍କୁ କେତେକ ବିଷୟ ପ୍ରତି ସଚେତନ କରାଇବା ପାଇଁ ମୁଁ ସାହାସୀ ହୋଇଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।

Gade chapit la Kopi




ରୋମୀୟ 15:15
22 Referans Kwoze  

ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।


କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି।


ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି।


ହେ ପରମେଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଥିବା ଲୋକମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।


ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ।


ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ।


ମୋ’ ଭାଇ ଓ ଭଉଣୀମାନେ! ମୁଁ କହିଥିବା କଥାଗୁଡ଼ିକୁ ଧୈର୍ଯ୍ୟପୂର୍ବକ ଶୁଣ ବୋଲି ମୁଁ ଅନୁରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।


ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସେମାନେ ସରକାରୀ ଅଧିକାରୀମାନଙ୍କ ଅଧୀନରେ ରୁହନ୍ତୁ, ସେମାନଙ୍କ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ;


ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ।


ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ।


ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ।


ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣ‌ବ୍‌‌‌‌ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣ‌ବ୍‌‌‌‌ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”


ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ୱରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ୟବହାର କଲି। ଅନ୍ୟମାନେ ସେହି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରତ୍ୟେକ ଲୋକ ନିର୍ମାଣ କଲାବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟରେ ସତର୍କ ହେବା ଉଚିତ୍।


Swiv nou:

Piblisite


Piblisite