ରୋମୀୟ 15:16 - ପବିତ୍ର ବାଇବଲ16 ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି। Gade chapit laଓଡିଆ ବାଇବେଲ16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)16 କାରଣ ଖ୍ରୀଷ୍ଟ ଯୀଶୁଙ୍କ ଦାସ ରୂପେ ଅଣଇହୁଦୀମାନଙ୍କ ନିମନ୍ତେ କାର୍ଯ୍ୟ କରିବା ପାଇଁ ଈଶ୍ୱର ମୋତେ ସୁଯୋଗ ଦେଇଛନ୍ତି। ଈଶ୍ୱରଙ୍କ ଶୁଭବାର୍ତ୍ତା ପ୍ରଚାର କରିବା ନିମନ୍ତେ ମୁଁ ଜଣେ ଧର୍ମଗୁରୁ ରୂପେ କାର୍ଯ୍ୟ କରୁଛି। ଅଣଇହୁଦୀମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଉତ୍ସର୍ଗିତ ନୈବେଦ୍ୟ ରୂପେ ଈଶ୍ୱରଙ୍କ ନିକଟରେ ଗ୍ରହଣୀୟ ହୁଅନ୍ତୁ, ଏହା ମୋର ଉଦ୍ଦେଶ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି। Gade chapit la |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।
ସେ ସବୁ ବିଫଳ ହୋଇ ନାହିଁ। ତୁମ୍ଭେମାନେ ବ୍ୟବସ୍ଥା ପାଳନ କର ବୋଲି କ’ଣ ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧ୍ୟରେ ପରମେଶ୍ୱର ଯେଉଁ ଆଶ୍ଚର୍ଯ୍ୟକର୍ମମାନ କରିଛନ୍ତି, ତାହା କ’ଣ ବ୍ୟବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭେମାନେ ସୁସମାଗ୍ଭର ଶୁଣି ସେଗୁଡ଼ିକରେ ବିଶ୍ୱାସ କଲ ବୋଲି, ପରମେଶ୍ୱର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟଜନକ କର୍ମମାନ କରିଛନ୍ତି।