Biblia Todo Logo
Bib sou entènèt

- Piblisite -




ରୋମୀୟ 15:5 - ପବିତ୍ର ବାଇବଲ

5 ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଧୈର୍ଯ୍ୟ ଓ ସାନ୍ତ୍ଵନାଦାତା ଈଶ୍ଵର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,

Gade chapit la Kopi

ଓଡିଆ ବାଇବେଲ

5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଖ୍ରୀଷ୍ଟ ଯୀଶୁଙ୍କ ଆଦର୍ଶର ଅନୁଗାମୀ ସ୍ୱରୂପେ ସମସ୍ତଙ୍କର ସେହି ପ୍ରକାର ମନୋଭାବ ହେବା ପାଇଁ ଧୈର୍ଯ୍ୟ ଓ ଉତ୍ସାହର ଆଧାର ଈଶ୍ୱର ତୁମ୍ଭମାନଙ୍କୁ ସକ୍ଷମ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,

Gade chapit la Kopi




ରୋମୀୟ 15:5
23 Referans Kwoze  

ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।


ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।


ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା'ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।


ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।


ସଦାପ୍ରଭୁ ମୋଶାଙ୍କ ସମ୍ମୁଖକୁ ଆସି ଏହା ଘୋଷଣା କଲେ। “ଯିହୋବାଃ, ଯିହୋବାଃ ଦୟାଶୀଳ ପରମେଶ୍ୱର, ସେ କ୍ରୋଧରେ ଧିର। ସେ ଦୟାଳୁ ଓ ସତ୍ୟତାରେ ପରିପୂର୍ଣ୍ଣ।


ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ।


ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା'ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର।


ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ।


ପ୍ରଭୁ ଧୈର୍ଯ୍ୟବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନେରଖ। ପରମେଶ୍ୱରଙ୍କ ପ୍ରଦତ୍ତ ଜ୍ଞାନ ବଳରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସେହି କଥା କହିଥିଲେ।


କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍।


ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ।


ଏବଂ ଆମ୍ଭେ ସେମାନଙ୍କୁ ଏକ ହୃଦୟ ଦେବା ଓ ସେମାନଙ୍କର ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସେମାନଙ୍କଠାରୁ କଠିନ ହୃଦୟ ଦୂର କରି, ସେମାନଙ୍କୁ କୋମଳ ହୃଦୟ ଦେବା।


ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ।


ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।


ଖ୍ରୀଷ୍ଟ ମଧ୍ୟ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରି ନ ଥିଲେ। ତାହାଙ୍କ ବିଷୟରେ ଶାସ୍ତ୍ର କୁହେ: “ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସେମାନେ ମୋର ବି ଅପମାନ କରିଛନ୍ତି।”


ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ।


କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ।


ଆଉ ସେମାନେ ଓ ସେମାନଙ୍କର ସନ୍ତାନମାନେ ସେମାନଙ୍କ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା।


Swiv nou:

Piblisite


Piblisite