Biblia Todo Logo
Bib sou entènèt

- Piblisite -




ରୋମୀୟ 15:9 - ପବିତ୍ର ବାଇବଲ

9 ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ: “ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି, ଓ ତୁମ୍ଭ ନାମର ମହିମା ଗାନ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଯେପରି ବିଜାତିମାନେ ଈଶ୍ଵରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଯେପରି ଅଣଯିହୂଦୀମାନେ ଈଶ୍ୱରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, "ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତାଙ୍କ ଅନୁଗ୍ରହ ନିମନ୍ତେ ଅଣଇହୁଦୀମାନେ ମଧ୍ୟ ତାଙ୍କର ପ୍ରଶଂସା କରିବେ। ଏ ବିଷୟରେ ଶାସ୍ତ୍ରରେ ଲେଖାଅଛି: “ଅଣଇହୁଦୀମାନଙ୍କ ମଧ୍ୟରେ ତୁମର ପ୍ରଶଂସା କରିବି, ସର୍ବଦା ତୁମର ସ୍ତୁତିଗାନ କରିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”

Gade chapit la Kopi




ରୋମୀୟ 15:9
6 Referans Kwoze  

ହେ ସଦାପ୍ରଭୁ, ସେଥିପାଇଁ ମୁଁ ମୋର ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭର ପ୍ରଶଂସା କରେ। ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ଗାଏ।


ହେ ସଦାପ୍ରଭୁ, ସେଥିପାଇଁ ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରେ। ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ବୋଲେ।


ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି।


ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।


ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ।


ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି। ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।


Swiv nou:

Piblisite


Piblisite