Biblia Todo Logo
Bib sou entènèt

- Piblisite -




ରୋମୀୟ 16:17 - ପବିତ୍ର ବାଇବଲ

17 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;

Gade chapit la Kopi

ଓଡିଆ ବାଇବେଲ

17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଭାଇମାନେ, ଅନୁନୟ କରୁଛି, ତୁମେ ଗ୍ରହର କରିଥିବା ଶିକ୍ଷାର ବିରୋଧ କରି ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କଠାରୁ ଦୂରେଇ ରୁହ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;

Gade chapit la Kopi




ରୋମୀୟ 16:17
25 Referans Kwoze  

ଏହି ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ସୃଷ୍ଟି କରନ୍ତି। ସେମାନେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ପବିତ୍ରଆତ୍ମା ନାହାନ୍ତି।


ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି।


ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ।


ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା।


ଯଦି କିଏ ତର୍କବିତର୍କ କରେ, ତା'ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଗ୍ଭଲୁ ରଖେ, ତା'ହେଲେ ତାହାକୁ ଆଉ ଥରେ ସତର୍କ କର।


ଆମ୍ଭେ ଏହି ସମସ୍ୟା ବିଷୟରେ କଥାବାର୍ତ୍ତା ହେବାକୁ ଆବଶ୍ୟକ ମନେ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁ କେତେକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲେ, ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସ୍ୱାଧୀନତା ଉପରେ ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁ ଚେଷ୍ଟା କରୁଥିଲେ।


ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ।


ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର।


ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।


ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।


ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି।


ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।


ଯଦି ସେ ଲୋକ ସେମାନଙ୍କ କଥା ମଧ୍ୟ ଶୁଣିବାକୁ ମନା କରିଦିଏ, ତେବେ ମଣ୍ଡଳୀକୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନ ଶୁଣେ, ତେବେ ପରମେଶ୍ୱରଙ୍କୁ ବିଶ୍ୱାସ କରୁ ନ ଥିବା ଲୋକ କିମ୍ବା ଜଣେ କରଆଦାୟକାରୀକୁ ଯେଭଳି ବ୍ୟବହାର କରାଯାଏ, ତାହାକୁ ସେହିଭଳି ବ୍ୟବହାର କର।


ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ୱାରା ଏଭଳି ଘଟଣାମାନ ଘଟିବ, ସେହି ଲୋକ ପାଇଁ ଏହା ବହୁତ ଖରାପ ହେବ।


“ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି।


Swiv nou:

Piblisite


Piblisite