Biblia Todo Logo
Bib sou entènèt

- Piblisite -




ରୋମୀୟ 16:26 - ପବିତ୍ର ବାଇବଲ

26 ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ଏବେ ବ୍ୟକ୍ତ ହୋଇଅଛି, ପୁଣି ବିଶ୍ଵାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ଵରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ ତତ୍ତ୍ଵର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି ,

Gade chapit la Kopi

ଓଡିଆ ବାଇବେଲ

26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ୱରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେହି ନିଗୂଢ଼ ସତ୍ୟସବୁ ଭାବବାଦୀମାନଙ୍କର ଶାସ୍ତ୍ରରେ ପ୍ରକଟିତ ହୋଇଛି ଏବଂ ତାହା ଏବେ ଅନାଦି ଅନନ୍ତ ପ୍ରଭୁ ଈଶ୍ୱରଙ୍କ ଦ୍ୱାରା ସମସ୍ତ ଜାତି ମଧ୍ୟରେ ପ୍ରଚାରିତ ହେଉଛି। ଏହା ଦ୍ୱାରା ସମସ୍ତେ ବିଶ୍ୱାସ କରି ଈଶ୍ୱରଙ୍କ ଆଜ୍ଞାବହ ହୋଇ ପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,

Gade chapit la Kopi




ରୋମୀୟ 16:26
34 Referans Kwoze  

ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।


ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”


ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି।


ତୁମ୍ଭେ କ’ଣ ଜାଣି ନାହଁ? ତୁମ୍ଭେ କ’ଣ ଶୁଣି ନାହଁ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ୱର। ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ୟ।


ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।


ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।


ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।


ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ।


ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି।


ଅବ୍ରହାମ ଏକ ବିଶେଷ ଗଛ ସେଠାରେ ରୋପଣ କଲେ। ସେହି ସ୍ଥାନରେ ଅବ୍ରହାମ ଅନାଦି ଅନନ୍ତ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ।


ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି।


ପ୍ରେରିତ ଓ ଭବିଷ୍ୟ‌ଦ୍‌‌‌‌ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହୋଇ ଠିଆ ହୋଇଛ। ପରମେଶ୍ୱର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସେହି ଭବନର କୋଣର ପ୍ରଧାନ ପଥର ଅଟନ୍ତି।


କିନ୍ତୁ ହେ ବୈ‌‌‌ଥ୍‌‌‌ଲେହମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ୟରୁ “ଇସ୍ରାଏଲର ଶାସନକର୍ତ୍ତା” ହେବା ନିମନ୍ତେ ଜଣେ ବ୍ୟକ୍ତି ଆମ୍ଭ ଉଦ୍ଦେଶ୍ୟରେ ଜନ୍ମ ହେବେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହୋଇଅଛି।


ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।


କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟ‌ଦ୍‌ବକ୍ତା ଆମ୍ଭକୁ କହୁଛନ୍ତି।


ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।


ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।”


ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।


ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ।


ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।”


ପରମେଶ୍ୱର ଅନନ୍ତକାଳସ୍ଥାୟୀ, ସେ ହେଉଛନ୍ତି ତୁମ୍ଭର ନିରାପଦର ସ୍ଥାନ। ପରମେଶ୍ୱରଙ୍କର ଶକ୍ତି ଅନନ୍ତକାଳ। ସେ ତୁମ୍ଭ ପାଇଁ ସୁରକ୍ଷା ଦେଉଛନ୍ତି। ପରମେଶ୍ୱର ତୁମ୍ଭ ଦେଶରୁ ତୁମ୍ଭ ଶତ୍ରୁମାନଙ୍କୁ ବିତାଡ଼ିତ କରିବେ। ସେ କହିବେ, ‘ଶତ୍ରୁମାନଙ୍କୁ ବିନାଶ କର।’


ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟ‌‌ଦ୍‌‌‌‌ବାଣୀର ମୂଳ ଆତ୍ମା ସ୍ୱରୂପ।’’


ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”


ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।


ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


Swiv nou:

Piblisite


Piblisite