Biblia Todo Logo
Bib sou entènèt

- Piblisite -




ରୋମୀୟ 2:2 - ପବିତ୍ର ବାଇବଲ

2 ପରମେଶ୍ୱର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ୟାୟ ବିଗ୍ଭର କରନ୍ତି। ଏହା ଆମ୍ଭେମାନେ ଜାଣୁ ଯେ, ପରମେଶ୍ୱରଙ୍କର ନ୍ୟାୟ ବିଗ୍ଭର ଠିକ୍ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ଵରଙ୍କ ବିଚାର ଯେ ନ୍ୟାୟ-ସଙ୍ଗତ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ୱରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆମେ ଜାଣୁ, ଈଶ୍ୱର ଏପରି କରୁଥିବା ଲୋକଙ୍କର ଉଚିତ୍‍ ବିଚାର କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi




ରୋମୀୟ 2:2
27 Referans Kwoze  

ତଥାପି ପରମେଶ୍ୱର ସେହି ନଗର ପ୍ରତି ଧାର୍ମିକ ଅଟନ୍ତି। ସେ କୌଣସି ଭୁଲ୍ କରନ୍ତି ନାହିଁ। ସକାଳ ପରେ ସକାଳ, ସେ ତାଙ୍କ ନ୍ୟାୟ ବିଗ୍ଭର କରନ୍ତି। ପ୍ରାତଃକାଳରେ ସେ ତାହା ନିଶ୍ଚୟ କରନ୍ତି। କିନ୍ତୁ ସେହି ମନ୍ଦ ପ୍ରକୃତିର ଲୋକମାନେ ନିଜର କରିଥିବା ମନ୍ଦକାର୍ଯ୍ୟ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।


ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି? ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଗ୍ଭର ଓ ନ୍ୟାୟ କରିବେ।


ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।


ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା'ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।”


ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ୱରଙ୍କୁ କହିବାର ଶୁଣିଲି: “ହେ ପବିତ୍ର ପରମେଶ୍ୱର, ତୁମ୍ଭେ ହିଁ କେବଳ ଅତୀତରେ ସର୍ବଦା ଥିଲ ଓ ବର୍ତ୍ତମାନ ଅଛ। ତୁମ୍ଭେ ଏହି ବିଗ୍ଭର କରିବା ଦ୍ୱାରା ନ୍ୟାୟ କରିଅଛ।


ତା'ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ?


କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ।


ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”


ଏଣୁ ମୁଁ ନବୂଖ‌ଦ୍‌ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି।


କିନ୍ତୁ ଇସ୍ରାଏଲର ଲୋକମାନେ କହନ୍ତି, “ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।” ପରମେଶ୍ୱର କହନ୍ତି, “ମୁଁ ନ୍ୟାୟପୂର୍ଣ୍ଣ ଅଟେ! ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଯଥାର୍ଥ ନୁହଁ।


“କିନ୍ତୁ ତୁମ୍ଭେ କୁହ, ‘ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।’ ହେ ଇସ୍ରାଏଲର ପୁତ୍ରଗଣ, ଶୁଣ, ମୁଁ ନ୍ୟାୟ ଅଟେ। କିନ୍ତୁ ତୁମ୍ଭେମାନେ ଯିଏ ନ୍ୟାୟ ନୁହଁ।


ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।


ଆମ୍ଭେ ଗୋପନରେ କହି ନାହୁଁ କିମ୍ବା ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ; ତୁମ୍ଭେ ମୋତେ ନଗଣ୍ୟ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ୟ କହେ, ମୁଁ ନ୍ୟାୟ କହେ ଏବଂ ସରଳ କଥା କହେ।”


ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ। ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ। ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା'ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।


ପରମେଶ୍ୱର ଲୋକଙ୍କୁ ଆଉ ଟିକିଏ ପରୀକ୍ଷା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ନିଅନ୍ତି ନାହିଁ। ପରମେଶ୍ୱର ତାଙ୍କ ସମ୍ମୁଖକୁ ଲୋକଙ୍କୁ ଆଣି ବିଗ୍ଭର କରିବାକୁ ଦରକାର ମନେ କରନ୍ତି ନାହିଁ।


ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?”


ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।


ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ।


Swiv nou:

Piblisite


Piblisite