Biblia Todo Logo
Bib sou entènèt

- Piblisite -




ରୋମୀୟ 2:26 - ପବିତ୍ର ବାଇବଲ

26 ଅଣଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସେମାନେ ଯଦି ବ୍ୟବସ୍ଥା କହିବା ଭଳି ଆଚରଣ କରନ୍ତି, ତା'ହେଲେ ସେମାନେ ସୁନ୍ନତ ହେବା ଭଳି ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଅତଏବ, ଯଦି ଅସୁନ୍ନତି ଲୋକ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?

Gade chapit la Kopi

ଓଡିଆ ବାଇବେଲ

26 ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କ'ଣ ସୁନ୍ନତ ବୋଲି ଗଣିତ ହେବ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯଦି ସୁନ୍ନତ ହୋଇ ନ ଥବା ଜଣେ ଅଣଇହୁଦୀ ବ୍ୟବସ୍ଥାର ବିଧିବିଧାନ ସବୁ ପାଳନ କରୁଥାଏ, ଈଶ୍ୱର ତାକୁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?

Gade chapit la Kopi




ରୋମୀୟ 2:26
16 Referans Kwoze  

ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଏକ ଭିନ୍ନ ପ୍ରକାରର ସୁନ୍ନତ ହୋଇଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।


ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।


କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।


ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି।


ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ।


ତା'ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ'ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା।


ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କରୁଛ, ତା'ହେଲେ ତୁମ୍ଭର ସୁନ୍ନତ ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା'ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ।


ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ୟବସ୍ଥା ଅଛି ଓ ସୁନ୍ନତ ମଧ୍ୟ, କିନ୍ତୁ ତୁମ୍ଭେମାନେ ବ୍ୟବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହୋଇ ବ୍ୟବସ୍ଥା ପାଳନ କରୁଥିବା ଲୋକେ ଦେଖାଇ ଦେବେ ଯେ ତୁମ୍ଭେ ଦୋଷୀ ଅଟ।


ଜଣେ ମନୁଷ୍ୟ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥିରେ କିଛି ଗୁରୁତ୍ୱ ନାହିଁ। କେବଳ ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ନୂତନ ମନୁଷ୍ୟ ହେବା ଗୁରୁତ୍ୱପୂର୍ଣ୍ଣ।


Swiv nou:

Piblisite


Piblisite