ରୋମୀୟ 2:4 - ପବିତ୍ର ବାଇବଲ4 ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ? Gade chapit laଓଡିଆ ବାଇବେଲ4 କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ? Gade chapit laପବିତ୍ର ବାଇବଲ (CL) NT (BSI)4 ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ? Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା'ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ।
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।
କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।