ରୋମୀୟ 3:19 - ପବିତ୍ର ବାଇବଲ19 ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ଵରଙ୍କ ବିଚାରରେ ଦଣ୍ତନୀୟ ହେବ; Gade chapit laଓଡିଆ ବାଇବେଲ19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ; Gade chapit laପବିତ୍ର ବାଇବଲ (CL) NT (BSI)19 ଆମେ ଜାଣୁ, ଯେଉଁମାନେ ବ୍ୟବସ୍ଥାର ଅଧୀନ, ତାହାର ସମସ୍ତ ବିଧିବିଧାନ ସେମାନେ ପାଳନ କରିବାକୁ ବାଧ୍ୟ। ଈଶ୍ୱର ଯେତେବେଳେ ସମଗ୍ର ବିଶ୍ୱର ବିଚାର କରିବେ, ବ୍ୟବସ୍ଥା ଲଙ୍ଘନକାରୀମାନେ କୌଣସି ଆଳ ଦେଖାଇ ନିଜକୁ ନିର୍ଦ୍ଦୋଷ ବୋଲି ଦର୍ଶାଇ ପାରିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ; Gade chapit la |
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।