Biblia Todo Logo
Bib sou entènèt

- Piblisite -




ରୋମୀୟ 3:20 - ପବିତ୍ର ବାଇବଲ

20 ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ବ୍ୟବସ୍ଥା ଦ୍ଵାରା ପାପର ଜ୍ଞାନ ଜନ୍ମେ।

Gade chapit la Kopi

ଓଡିଆ ବାଇବେଲ

20 କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ବ୍ୟବସ୍ଥାର କ୍ରିୟାକର୍ମ ସାଧନ କରି କେହି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରିବ ନାହିଁ। ବ୍ୟବସ୍ଥାରୁ ମନୁଷ୍ୟ କେବଳ ପାପର ବୋଧ ପାଇଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।

Gade chapit la Kopi




ରୋମୀୟ 3:20
24 Referans Kwoze  

ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।


ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ।


ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି।


କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା'ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ।


କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ।


ଲୋକମାନେ ଅଧିକ ପାପ କରିବା ପାଇଁ ବ୍ୟବସ୍ଥା ଆସିଲା, କିନ୍ତୁ ଯେତେବେଳେ ଲୋକେ ଅଧିକ ପାପ କଲେ, ପରମେଶ୍ୱର ସେମାନଙ୍କୁ ପ୍ରଚୁର ମାତ୍ରାରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।


ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।


ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ।


ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା'ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ।


ମୋଶା ବ୍ୟବସ୍ଥା ଦେବା ପୂର୍ବରୁ ପାପ ସଂସାରରେ ଥିଲା। କିନ୍ତୁ ପରମେଶ୍ୱର, ବ୍ୟବସ୍ଥା ନ ଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନ ଥିଲେ।


ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର, ତେବେ କେହି ବଞ୍ଚିବେ ନାହିଁ।


ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।


ପରମେଶ୍ୱର ଏମିତିକି ନିଜର ଦୂତମାନଙ୍କୁ ବିଶ୍ୱାସ କରନ୍ତି ନାହିଁ। ପରମେଶ୍ୱରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ୟ ପବିତ୍ର ନୁହେଁ।


ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା।


ମୃତ୍ୟୁର ଆଘାତ କରିବା ହେଉଛି ପାପ। ପାପର ବଳ ହେଉଛି ବ୍ୟବସ୍ଥା।


ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।


Swiv nou:

Piblisite


Piblisite