Biblia Todo Logo
Bib sou entènèt

- Piblisite -




ରୋମୀୟ 3:28 - ପବିତ୍ର ବାଇବଲ

28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହୁଏ।

Gade chapit la Kopi

ଓଡିଆ ବାଇବେଲ

28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଆମେ ପ୍ରକୃତରେ ବୁଝିପାରିଛୁ ଯେ, ଜଣେ କେବଳ ତା’ର ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବ- ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।

Gade chapit la Kopi




ରୋମୀୟ 3:28
20 Referans Kwoze  

ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତ ଜୀବନ ପାଇବୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।


ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।


ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା'ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ।


ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”


ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ୱାରା ଜଣେ ଲୋକ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରୁଛି। ସେ କେବଳ ବିଶ୍ୱାସ ଦ୍ୱାରା ଧାର୍ମିକ ହୋଇପାରିବ ନାହିଁ।


ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।


ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।


ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।


କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା'ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି।


ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।


ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।


ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ।


ପ୍ରତ୍ୟେକ ଲୋକ ଯିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶେଷ ଦିନରେ ଉ‌ତ୍‌ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।”


“ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି।


ଜଣେ ଲୋକ କହିପାରେ, “ତୁମ୍ଭ ପାଖରେ ବିଶ୍ୱାସ ଅଛି, ପୁଣି ମୋ’ ପାଖରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ ମୋ’ କର୍ମଗୁଡ଼ିକ ଦ୍ୱାରା ମୋ’ ବିଶ୍ୱାସ ତୁମ୍ଭକୁ ଦେଖାଇବି।”


ହେ ମୂର୍ଖ ଲୋକ! କର୍ମଗୁଡ଼ିକ ବିନା ବିଶ୍ୱାସ ଯେ ମୂଲ୍ୟହୀନ ଅଟେ, ଏହାର ପ୍ରମାଣ କ’ଣ ତୁମ୍ଭେ ଦେଖିବାକୁ ଗ୍ଭହୁଁଛ?


Swiv nou:

Piblisite


Piblisite